Posted inଜାତୀୟ

ପରମାଣୁ ବୋମା ପକାଇ ଦିଲ୍ଲୀ ଏୟାରପୋର୍ଟ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ,୮।୪: ପରମାଣୁ ବୋମା ପକାଇ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଆଇଜି)କୁ ଉଡାଇ ଦେବାକୁ ଧମକ ଦେଇଛନ୍ତି ଦୁଇ ଯାତ୍ରୀ। ଉକ୍ତ ୨ ଯାତ୍ରୀଙ୍କୁ ଅଟକ ରଖାଯାଇଛି। ସୋମବାର ଦିଲ୍ଲୀ ପୋଲିସ ଏହି ସୂଚନା ଦେଇଛି। ପୋଲିସ କହିଛି ଯେ, ଏପ୍ରିଲ ୫ରେ ଦିଲ୍ଲୀର ଆଇଜି ବିମାନ ବନ୍ଦରରେ ବିମାନରେ ବସିବା ପୂର୍ବରୁ ଯାତ୍ରୀମାନଙ୍କ ଯାଞ୍ଚ୍‌ କରାଯାଇଥିଲା। ଏହି ସମୟରେ ଦୁଇଜଣ ଯାତ୍ରୀ ସୁରକ୍ଷା କର୍ମୀଙ୍କୁ ପରମାଣୁ ବୋମା ସାହାଯ୍ୟରେ ବିମାନ ବନ୍ଦର ଉଡାଇଦେବାକୁ ଧମକ ଦେଇଥିଲେ।
ପୋଲିସ କହିଛି ଯେ, ବିମାନବନ୍ଦରରେ ବୋମା ବିସ୍ଫୋରଣ ହେବାର ଧମକ ଦେଇ ଉଭୟ ଯାତ୍ରୀଙ୍କୁ ଗିରଫ କରାଯାଇଛି। ଦିଲ୍ଲୀ ପୋଲିସ ଆହୁରି ମଧ୍ୟ କହିଛି, ବିମାନବନ୍ଦର ପୋଲିସ ଷ୍ଟେଶନରେ ଧାରା ୧୮୨/୫୦୫ (୧) ବି ଅନୁଯାୟୀ ଉଭୟଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ତେବେ ବୋମା ଧମକ ପାଇବା ପରେ ଦିଲ୍ଲୀ ପୋଲିସ ସତର୍କ ହୋଇପଡିଛି। ଦିଲ୍ଲୀ ବିମାନବନ୍ଦର ଦେଶର ବ୍ୟସ୍ତବହୁଳ ବିମାନବନ୍ଦର ମଧ୍ୟରୁ ଅନ୍ୟତମ ଏବଂ ଏହା ବିଶ୍ୱର ଅନେକ ପ୍ରମୁଖ ସହରକୁ ରାଜଧାନୀ ସହିତ ସଂଯୋଗ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri