Posted inଜାତୀୟ

ଗୁଗ୍‌ଲ ଅଫିସ୍‌ ଉଡାଇ ଦେବାକୁ ଧମକ

ମୁମ୍ବାଇ,୧୩।୨: ମୁମ୍ବାଇରେ ଥିବା ଗୁଗ୍‌ଲର କାର୍ଯ୍ୟାଳୟକୁ ବୋମା ପକାଇ ଉଡାଇଦେବାକୁ ଧମକ ମିଳିଛି। ସୋମବାର ଗୁଗ୍‌ଲର କାର୍ଯ୍ୟାଳୟକୁ ଏକ ଧମକପୂର୍ଣ୍ଣ କଲ ଆସିଥିଲା। କଲ କରୁଥିବା ବ୍ୟକ୍ତି ପୁଣେର ଗୁଗ୍‌ଲ ଅଫିସରେ ଏକ ବୋମା ରଖାଯାଇଥିବା କହିଥିଲେ। ଗୁଗ୍‌ଲ ଅଧିକାରୀମାନେ ତୁରନ୍ତ ପୋଲିସକୁ ଏ ବିଷୟରେ ସୂଚନା ଦେଇଥିଲେ ଏବଂ ପୁଣେ ପୋଲିସ ସହିତ ମୁମ୍ବାଇ ପୋଲିସ ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁଯାୟୀ, ଧମକ ଦେଉଥିବା ବ୍ୟକ୍ତି ତାଙ୍କ ନାମ ପନ୍ୟମ ଶିବାନନ୍ଦ। ସେ ହାଇଦ୍ରାବାଦରେ ରୁହନ୍ତି ବୋଲି କହିଥିଲେ। ଫୋନ୍‌ କଲ୍‌ ଲ୍ୟାଣ୍ଡଲାଇନ ନମ୍ବରକୁ ଆସିଥିଲା। ପୋଲିସ ଏହି ମାମଲା ସହ ଜଡିତ ସମସ୍ତ ସୂଚନା ପୁଣେ ପୋଲିସକୁ ଦେଇଛି।
ପୁଣେ ଗୁଗ୍‌ଲ ଅଫିସରୁ ପୋଲିସ ଏପର୍ଯ୍ୟନ୍ତ ସନ୍ଦେହଜନକ କିଛି ପାଇନାହିଁ। ସେପଟେ ହାଇଦ୍ରାବାଦରେ ପୋଲିସ କଲରଙ୍କୁ ଗିରଫ କରିଛି। ମୁମ୍ବାଇ ପୋଲିସର ଏକ ଟିମ ମଧ୍ୟ ତେଲେଙ୍ଗାନାରେ ଅଛନ୍ତି ଏବଂ କଲ କରୁଥିବା ବ୍ୟକ୍ତିଙ୍କୁ ମୁମ୍ବାଇକୁ ଆଣିବା ପାଇଁ ପ୍ରସ୍ତୁତି ଚାଲିଛି। ପୋଲିସ ଆଇପିସିର ଧାରା ୫୦୫ (୧) (ବି) ଏବଂ ୫୦୬ (୨) ଅନୁଯାୟୀ କଲ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ମୃତ୍ୟୁ ଖବର ପାଇ ତବଲା ବାଦକଙ୍କ ଘରେ ପହଞ୍ଚିଲେ ଭାଜପା ଜିଲା ସଭାପତି

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ବିୟୋଗ ଘଟିଛି ।  ଖବର ପାଇ ଭାଜପା…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଶେଷ ହେବ ଯୁଦ୍ଧ! ନିଜ ଦେଶ ସହ ୟୁରୋପରେ ଇରାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କୁ କରାଗଲାଣି ଘୋର ବିରୋଧ

ଓ୍ବାଶିଂଟନ,୨୯।୩: ଗତ ୩୦ ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଚାଲିଛି। ସମଗ୍ର ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବୁଡ଼ି ରହିଛି। ସାରା ବିଶ୍ୱରେ ଉତ୍ତେଜନାର ବାତାବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri