ପ୍ରାର୍ଥିପତ୍ର ଫେରାଇ ନେବାକୁ ମିଳୁଛି ଧମକ

ଝାରସୁଗୁଡ଼ା ଅଫିସ,୨୫।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ପ୍ରାର୍ଥୀମାନେ ନିଜ ପ୍ରତିଦ୍ୱନ୍ଦ୍ୱୀଙ୍କୁ କିଭଳି ପରାସ୍ତ କରିବେ ସେ ନେଇ ପ୍ରୟାସ ଆରମ୍ଭ କରିଛନ୍ତି। ହେଲେ କେଉଁଠି ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଅର୍ଥ ପ୍ରଲୋଭନ ତ ଆଉ କେଉଁଠି ଧମକଚମକ ଦେଇ ଭୟଭୀତ କରାଯାଉଛି। ଏଭଳି ଅଭିଯୋଗ ହୋଇଛି ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ୍‌ ୧ ନଂ ଜିଲା ପରିଷଦ ଜୋନ୍‌ରେ। ଏହି ଜୋନ୍‌ର ଭାଜପା ଜିଲା ପରିଷଦ ପ୍ରାର୍ଥୀ ଶବ୍ୟାସିନୀ ପ୍ରଧାନଙ୍କୁ କେତେଜଣ ବ୍ୟକ୍ତି ଅର୍ଥ ପ୍ରଲୋଭନ ଦେଖାଇ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଚାପ ପକାଇଥିଲେ। ଏପରି କି ଜୀବନରେ ମାରିଦେବା ପାଇଁ ଧମକ ଦେଇଥିଲେ। ସେହିପରି ସ୍ଥାନୀୟ ଭାଜପା ମଣ୍ଡଳ ସମ୍ପାଦକ ପ୍ରଦୀପ ପ୍ରଧାନଙ୍କୁ ମଧ୍ୟ କେତେଜଣ ଯୁବକ ଧମକ ଚମକ ଦେଇଥିଲେ। ଏ ନେଇ ଉଭୟ ଲଇକେରା ଥାନାରେ ଅଭିଯୋଗ କରିବା ପରେ ପୋଲିସ୍‌ ପୃଥକ୍‌ ମାମଲା (ନଂ.୧୭ ଓ ୧୮/୨୨) ରୁଜୁକରି ତଦନ୍ତ ଚଳାଇଛି।

ଜିଲା ଭାଜପା ପକ୍ଷରୁ ଜିଲା ସଭାପତି ମଙ୍ଗଳ ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳ ସରୋଜ କୁମାର ସାମଲ, ଏସ୍‌ପି ବିକାଶ ଚନ୍ଦ୍ର ଦାସ ଓ ଜିଲା ନିର୍ବାଚନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏହା ସହିତ ପ୍ରାର୍ଥୀଙ୍କ ସୁରକ୍ଷା ଦାବି କରିଛନ୍ତି। ପ୍ରତିନିଧି ଦଳରେ ଅନ୍ୟମାନଙ୍କ ମଧ୍ୟରେ ଭାଜପା ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ, ଜିଲା ଉପସଭାପତି ସଞ୍ଜୟ ସିଂହ, ସାଧାରଣ ସମ୍ପାଦକ ବିମଳେନ୍ଦୁ ଭୋଳ, କୋଷାଧ୍ୟକ୍ଷ ମହେନ୍ଦ୍ର କେଡିଆ ପ୍ରମୁଖ ଉପସ୍ଥିତଥିଲେ ା ଏନେଇ ଏସ୍‌ପି ଦାସ କହିଛନ୍ତି, ଏହାର ତଦନ୍ତଭାର ଲଇକେରା ଥାନା ଆଇଆଇସିଙ୍କୁ ଦିଆଯାଇଥିବା ବେଳେ ଏସ୍‌ଡିପିଓ ଏହାର ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri