Posted inଜାତୀୟ

ଆତଙ୍କବାଦୀ ସଂଗଠନ ପକ୍ଷରୁ ଧମକ ଭରା ପୋଷ୍ଟର ଜାରି…

ଶ୍ରୀନଗର,୬।୧୨: ଜମ୍ମୁ-କଶ୍ମୀରରେ ଗଜନାଭି ଫୋର୍ସ ନାମକ ଆତଙ୍କବାଦୀ ସଂଗଠନର ପକ୍ଷରୁ ଦୁଇଟି ପୋଷ୍ଟର କାଶ୍ମୀରର ରାଜୌରୀର ଥାନାମାଣ୍ଡିର ଆଜମତାବାଦ ଅଞ୍ଚଳରେ ଲଗାଯାଇଛି। ପ୍ରକାଶ ପାଇଛି। ଆଜମାତାବାଦର କାନ୍ଥରେ ଉଭୟ ପୋଷ୍ଟର ଲଗାଯାଇଥିଲା। ଏହି ପୋଷ୍ଟରଗୁଡିକରେ, ଭାରତୀୟ ସେନା ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନର ଧମକ ବ୍ୟତୀତ, ଭାରତର ନିୟମାବଳୀ ପାଳନ ନ କରିବା ପାଇଁ ସ୍ପଷ୍ଟ ଭାବରେ ଲେଖାଯାଇଛି।

ଏହି ପୋଷ୍ଟରଗୁଡିକ ଜବତ ହେବା ପରେ ପୋଲିସ ୟୁଏପିଏ ଅଧିନିୟମ ଅନୁଯାୟୀ ଏକ ମାମଲା ପଞ୍ଜିକରଣ କରି ତଦନ୍ତ ଆରମ୍ଭ କରାଯାଇଛି। କିଛି ମାସ ପୂର୍ବେ ଥାନାମାଣ୍ଡିର ଏହି ଅଞ୍ଚଳରେ ସେନା ଦ୍ୱାରା ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲେ।

ଆତଙ୍କବାଦୀଙ୍କ ଲୁଚି ରହିଥିବା ଖବର ପାଇବା ପରେ ଥାନାମାଣ୍ଡି ଏବଂ ମେଣ୍ଢର ଅଞ୍ଚଳରେ ଏକ ବଡ ସର୍ଚ୍ଚ ଅପରେଶନ କରାଯାଇଥିଲା। ସୀମାର ଏଭଳି ଅନେକ ଅଞ୍ଚଳ ଅଛି ଯେଉଁଠାରେ ସୁରକ୍ଷା ବାହିନୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି। ପାକିସ୍ତାନର ଲଞ୍ଚପ୍ୟାଡ୍‌ରେ ଥିବା ଆତଙ୍କବାଦୀ ଏଲଓସି ବାଟେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ସୀମାରେ ଆତଙ୍କବାଦ ବିରୋଧି ଅପରେଶନ୍‌କୁ ଜୋରଦାର କରାଯାଇଛି। ସୀମାରେ ପ୍ରତ୍ୟେକ ପଦକ୍ଷେପ ଉପରେ ନଜର ରଖାଯାଉଛି।

ଅପରପକ୍ଷରେ, ଜମ୍ମୁର ରାଜପୁରା ଅଞ୍ଚଳରେ ରବିବାର ପୋଲିସ ପିଆଇଏ ଲେଖା ଯାଇଥିବା ଏକ ବେଲୁନ ଜବତ କରାଯାଇଛି। ବେଲୁନଟି ଉଡି ଆସି ଜଣେ ଲୋକଙ୍କ ଘରେ ଲାଗିଥିଲା। ସେ ନେଇ ପୋଲିସକୁ ସୂଚନା ଦେଇଥିଲେ। ଘଟଣାସ୍ଥଳରେ ପହଞ୍ଚି ପୋଲିସ ଏହାକୁ ଜବତ କରିଥିଲେ। ଜମ୍ମୁ, କଠୁଆ, ରାଜୌରୀରେ ଗତ ଏକ ବର୍ଷ ମଧ୍ୟରେ, ଏଭଳି ବହୁ ବେଲୁନ ସୁରକ୍ଷା ଏଜେନ୍ସି ଜବତ କରିଛନ୍ତି। ଏହା ପାକିସ୍ତାନର ବେଲୁନ ଷଡଯନ୍ତ୍ରକୁ ସୂଚାଉଛି। ସୁରକ୍ଷା ଏଜେନ୍ସି ପକ୍ଷରୁ ଏ ନେଇ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?