ପୂର୍ବତନ କର୍ପୋରେଟରଙ୍କ ଘରେ ପଶି ହତ୍ୟା ଧମକ

ବ୍ରହ୍ମପୁର ଅଫିସ,୨୭।୩: ଗଞ୍ଜାମ ଜିଲାରେ ପୌର ନିର୍ବାଚନ ଶେଷ ହୋଇଛି। ହେଲେ ନିର୍ବାଚନୀ ହିଂସା ଥମିବାର ନାଁ ନେଉ ନାହିଁ। ଶନିବାର ବିଳମ୍ବିତ ରାତିରେ ଗୋଷାଣୀ ନୂଆଗାଁ ଥାନା ଅଧୀନ ହାଉସିଂବୋର୍ଡ ବ୍ରିଟ କଲୋନୀରେ ରହୁଥିବା ପୂର୍ବତନ କର୍ପୋରେଟର ତଥା ପରାଜିତ ସ୍ବାଧୀନ ପ୍ରାର୍ଥୀ ବିରେନ ପଟ୍ଟନାୟକ ଓ ତାଙ୍କର ସ୍ତ୍ରୀ ସସ୍ମିତା ଦାଶଙ୍କୁ ହତ୍ୟା ଧମକ ଦିଆଯାଇଛି।

୮ରୁ ୧୦ ଜଣ ଯୁବକ ଶନିବାର ବିଳମ୍ବିତ ରାତିରେ ବିରେନଙ୍କ ଘର ସମ୍ମୁଖରେ ପହଞ୍ଚି ଥିଲେ। ଘର ବାହାରେ ଥିବା ତାଙ୍କର ଏକ ବାଇକକୁ ମାରଣାସ୍ତ୍ରରେ ପିଟିପିଟି ଭାଙ୍ଗି ଦେଇଥିଲେ। ଏପରି କି ପଥରରେ ତାଙ୍କ ଗ୍ରୀଲ କବାଟ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ବିରେନ ଗୋଷାଣୀ ନୂଆଗାଁ ଥାନା ପୋଲିସକୁ ଘଟଣା ସମ୍ପର୍କରେ ଜଣାଇବା ସହ ବ୍ରହ୍ମପୁର ଏସ୍‌ପି ଓ ଗଞ୍ଜାମ ଜିଲାପାଳଙ୍କ ମଧ୍ୟ ଦୃଷ୍ଟି ଆକର୍ଷଣ କରିଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ହେଲେ ବର୍ତ୍ତମାନ ସୁଦ୍ଧା ପୋଲିସ ଅଭିଯୁକ୍ତଙ୍କୁ ଧରିପାରିନାହିଁ। ନିର୍ବାଚନ ପୂର୍ବରୁ ମଧ୍ୟ ବିରେନଙ୍କୁ ହତ୍ୟା ଧମକ ଦିଆଯାଇଥିଲା। ସେହିପରି ନିର୍ବାଚନ ପରେ ମଧ୍ୟ ତାଙ୍କ ଘର ଉପରେ ଆକ୍ରମଣ ହୋଇଛି। ଏନେଇ ତାଙ୍କ ଜୀବନ ପ୍ରତି ବିପଦ ଥିବା ବିରେନ କହିଛନ୍ତି। ଅନ୍ୟପକ୍ଷେ ବିରେନ ବ୍ରହ୍ମପୁର ବିଧାୟକ ଓ ଏମ୍‌ପିଙ୍କୁ ମଧ୍ୟ ଘଟଣା ସମ୍ପର୍କରେ ଜଣାଇଥିବା କହିଛନ୍ତି। ପୋଲିସ ବିରେନଙ୍କ ଘର ନିକଟରେ ଜଗି ରହିଛି। ଅନ୍ୟପକ୍ଷେ ଅଭିଯୁକ୍ତମାନଙ୍କୁ ଗିରଫ କରା ନ ଗଲେ ସ୍ବାମୀ-ସ୍ତ୍ରୀ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଛନ୍ତି। ଘଟଣାଟି ସମ୍ବେଦନଶୀଳ ହୋଇଥିବା ବେଳେ ସିସି ଫୁଟେଜକୁ ଆଧାର କରି ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ଅଭିଯୁକ୍ତମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri