ପୂର୍ବତନ କର୍ପୋରେଟରଙ୍କ ଘରେ ପଶି ହତ୍ୟା ଧମକ

ବ୍ରହ୍ମପୁର ଅଫିସ,୨୭।୩: ଗଞ୍ଜାମ ଜିଲାରେ ପୌର ନିର୍ବାଚନ ଶେଷ ହୋଇଛି। ହେଲେ ନିର୍ବାଚନୀ ହିଂସା ଥମିବାର ନାଁ ନେଉ ନାହିଁ। ଶନିବାର ବିଳମ୍ବିତ ରାତିରେ ଗୋଷାଣୀ ନୂଆଗାଁ ଥାନା ଅଧୀନ ହାଉସିଂବୋର୍ଡ ବ୍ରିଟ କଲୋନୀରେ ରହୁଥିବା ପୂର୍ବତନ କର୍ପୋରେଟର ତଥା ପରାଜିତ ସ୍ବାଧୀନ ପ୍ରାର୍ଥୀ ବିରେନ ପଟ୍ଟନାୟକ ଓ ତାଙ୍କର ସ୍ତ୍ରୀ ସସ୍ମିତା ଦାଶଙ୍କୁ ହତ୍ୟା ଧମକ ଦିଆଯାଇଛି।

୮ରୁ ୧୦ ଜଣ ଯୁବକ ଶନିବାର ବିଳମ୍ବିତ ରାତିରେ ବିରେନଙ୍କ ଘର ସମ୍ମୁଖରେ ପହଞ୍ଚି ଥିଲେ। ଘର ବାହାରେ ଥିବା ତାଙ୍କର ଏକ ବାଇକକୁ ମାରଣାସ୍ତ୍ରରେ ପିଟିପିଟି ଭାଙ୍ଗି ଦେଇଥିଲେ। ଏପରି କି ପଥରରେ ତାଙ୍କ ଗ୍ରୀଲ କବାଟ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ବିରେନ ଗୋଷାଣୀ ନୂଆଗାଁ ଥାନା ପୋଲିସକୁ ଘଟଣା ସମ୍ପର୍କରେ ଜଣାଇବା ସହ ବ୍ରହ୍ମପୁର ଏସ୍‌ପି ଓ ଗଞ୍ଜାମ ଜିଲାପାଳଙ୍କ ମଧ୍ୟ ଦୃଷ୍ଟି ଆକର୍ଷଣ କରିଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ହେଲେ ବର୍ତ୍ତମାନ ସୁଦ୍ଧା ପୋଲିସ ଅଭିଯୁକ୍ତଙ୍କୁ ଧରିପାରିନାହିଁ। ନିର୍ବାଚନ ପୂର୍ବରୁ ମଧ୍ୟ ବିରେନଙ୍କୁ ହତ୍ୟା ଧମକ ଦିଆଯାଇଥିଲା। ସେହିପରି ନିର୍ବାଚନ ପରେ ମଧ୍ୟ ତାଙ୍କ ଘର ଉପରେ ଆକ୍ରମଣ ହୋଇଛି। ଏନେଇ ତାଙ୍କ ଜୀବନ ପ୍ରତି ବିପଦ ଥିବା ବିରେନ କହିଛନ୍ତି। ଅନ୍ୟପକ୍ଷେ ବିରେନ ବ୍ରହ୍ମପୁର ବିଧାୟକ ଓ ଏମ୍‌ପିଙ୍କୁ ମଧ୍ୟ ଘଟଣା ସମ୍ପର୍କରେ ଜଣାଇଥିବା କହିଛନ୍ତି। ପୋଲିସ ବିରେନଙ୍କ ଘର ନିକଟରେ ଜଗି ରହିଛି। ଅନ୍ୟପକ୍ଷେ ଅଭିଯୁକ୍ତମାନଙ୍କୁ ଗିରଫ କରା ନ ଗଲେ ସ୍ବାମୀ-ସ୍ତ୍ରୀ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଛନ୍ତି। ଘଟଣାଟି ସମ୍ବେଦନଶୀଳ ହୋଇଥିବା ବେଳେ ସିସି ଫୁଟେଜକୁ ଆଧାର କରି ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ଅଭିଯୁକ୍ତମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?