ତଥ୍ୟ ସୂଚନା ମାଗିବାରୁ ହତ୍ୟା ଧମକ

କେନ୍ଦ୍ରାପଡ଼ା ଅଫିସ,୨ା୯: ପଞ୍ଚାୟତ ଉନ୍ନୟନ ଖର୍ଚ୍ଚର ତଥ୍ୟ ମାଗିବାରୁ ମାର୍ଶାଘାଇ ଥାନା କରଞ୍ଜ ଗାଁର ଦଳିତ ବର୍ଗର ସୂଚନା ଅଧିକାର କର୍ମୀ ଜନକର ଜେନାଙ୍କୁ ହତ୍ୟା ଧମକ ଦିଆଯିବା ସହ ମାଡ ମରାଯାଇଛି। ଏ ନେଇ ଥାନାରେ ଅଭିଯୋଗପତ୍ର ଦିଆଯାଇଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଏହି ସ୍ଥିତିକୁ ଲକ୍ଷ୍ୟ କରି ସେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାରଠାରୁ ଧାରଣା ଦେଇଥିବା ବେଳେ ଗୁରୁବାର ଏ ସମ୍ପର୍କରେ ଜାତୀୟ ମାନାବାଧିକାର କମିଶନଙ୍କୁ ଅଭିଯୋଗ ପ୍ରଦାନ କରିଛନ୍ତି। ଏ ସମ୍ପର୍କରେ ଜେନା କହିଛନ୍ତି, କରଞ୍ଜ ପଞ୍ଚାୟତର ଶିକ୍ଷା ପାଣ୍ଠି ହଡପ ହେଉଥିବା ସନ୍ଦେହରେ ମେ ୨୨ରେ ବିଇଓଙ୍କୁ ସୂଚନା ଅଧିକାର ଆଇନ ଅନୁଯାୟୀ ତଥ୍ୟ ମାଗିଥିଲି। ଏହି ଘଟଣା କୌଣସି ପ୍ରକାର ଜଣାପଡିବା ପରେ ଅଞ୍ଚଳର ଜଣେ ଜିଲା ପରିଷଦ ସଦସ୍ୟ ଉତ୍‌କ୍ଷିପ୍ତ ହୋଇ ପଡିଥିଲେ। ବାରମ୍ବାର ତଥ୍ୟ ଆବେଦନପତ୍ର ଫେରାଇ ନେବାକୁ କହିଥିଲେ। ଏଥିରେ ରାଜି ନ ହେବାରୁ ଅଗଷ୍ଟ ୧୭ରେ ବଜାରକୁ ଯାଉଥିବା ବେଳେ ମାଡ ମାରିଥିଲେ। ଏଥିସହ ହତ୍ୟା ଧମକ ଦେଇଥିଲେ। ଏ ନେଇ ଥାନାରେ ମାମଲା ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ସାଇକେଲ ଦୋକାନରେ ରିପାରିଂ କରି ପରିବାର ପ୍ରତିପୋଷଣ କରୁଥିବା ବେଳେ ସମ୍ପୃକ୍ତ ବ୍ୟକ୍ତିଙ୍କ ବାରମ୍ବାର ଧମକ ଜୀବନ ଓ ଜୀବିକା ଉପରେ ପ୍ରଭାବ ପକାଇଛି। ଏଥିପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ମାନବାଧିକାର କମିଶନଙ୍କ ହସ୍ତକ୍ଷେପ ଲୋଡାଯାଇଛି। ଏହି ଧାରଣାସ୍ଥଳରେ ଓସାର ଜିଲା ଆବାହକ ପ୍ରତାପ କୁମାର ମହାନ୍ତି, ମାନସ ରଞ୍ଜନ ଆଚାର୍ଯ୍ୟ, ଭାଗୀରଥି ଜେନା, ଅଶୋକ କୁମାର ନାୟକ ପ୍ରମୁଖ ଉପସ୍ଥିତ ରହି ସମର୍ଥନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri