ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ ଧମକପୂର୍ଣ୍ଣ ସୂଚନା ମିଳିଛି। ଜିଲା ଜଜ୍‌ଙ୍କ ସରକାରୀ ଇ-ମେଲ ଆଇଡି dj.jharsuguda-od@gov.in କୁ ଏକ ଅଜ୍ଞାତ ମେଲ ଆସିବା ପରେ କୋର୍ଟ ପରିସରରେ ତୀବ୍ର ଉତ୍ତେଜନା ଓ ଆଶଙ୍କା ପ୍ରକାଶ ପାଇଛି। ଜିଲା ଜଜ୍‌ଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିବା ପରେ ପ୍ରଶାସନ ଓ ପୋଲିସ ତୁରନ୍ତ ତତ୍ପରତା ପ୍ରକାଶ କରିଛନ୍ତି। ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ଜିଲା ବାର୍‌ ଆସୋସିଏଶନ ପକ୍ଷରୁ ସମସ୍ତ ଆଇନଜୀବୀ, କୋର୍ଟ କର୍ମଚାରୀ ଏବଂ ସାଧାରଣ ଜନତାଙ୍କୁ ତୁରନ୍ତ କୋର୍ଟ ପରିସର ଛାଡ଼ି ସୁରକ୍ଷିତ ସ୍ଥାନକୁ ଚାଲିଯିବା ପାଇଁ ଅନୁରୋଧ କରାଯାଇଛି। ଏଥିସହିତ ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ସମସ୍ତଙ୍କୁ ଧୌର୍ଯ୍ୟ ରଖିବା ସହ ସୁରକ୍ଷା କର୍ମୀ ଓ ସ୍ଥାନୀୟ ପ୍ରଶାସନକୁ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ନିବେଦନ କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ulaganathan.santhosh@atomicmail.io ନାମକ ଏକ ସନ୍ଦେହଜନକ ଇ-ମେଲ ଆଇଡିରୁ ଗତକାଲି ଏହି ଧମକପୂର୍ଣ୍ଣ ବାର୍ତ୍ତା ପଠାଯାଇଥିଲା। ଏହି ମେଲରେ ଅପରାହ୍ନ ୧ଟା ୧୫ ମିନିଟ୍‌ ସମୟରେ ବିଚାରପତିଙ୍କ କାର୍ଯ୍ୟାଳୟ, ଚାମ୍ବର ଏବଂ ରେ ସାଂଘାତିକ ଗ୍ୟାସ ବୋମା ବିସ୍ଫୋରଣ କରାଯିବ ବୋଲି ଉଲ୍ଲେଖ ରହିଛି। ଏହାସହ ବାହାରକୁ ଯିବା ସମୟରେ ନାକ ଓ ମୁହଁ ଘୋଡ଼ାଇବା ପାଇଁ ମଧ୍ୟ ଏଥିରେ କୁହାଯାଇଛି। ତେବେ ଏହି ଇ-ମେଲରେ ଭାଷା ଓଡ଼ିଶା ବାହାରର କୌଣସି ସଂଗଠନ ଦ୍ୱାରା ଟ୍ରାନ୍ସଲେଟ କରାଯାଇଥିବା ଭଳି ପ୍ରତିତ ହେଉଛି।ଏହି ଘଟଣା ସାମ୍ନାକୁ ଆସିବା ପରେ ଝାରସୁଗୁଡ଼ା ପୋଲିସ ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ପକ୍ଷରୁ କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ କଡ଼ାକଡ଼ି କରାଯାଇଛି। ବମ ସ୍କୱାଡ ଏବଂ ର୍ସ୍ନିଫର୍‌ ଡଗ ସହାୟତାରେ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ଏହି ବୋମା ଧମକ ପଛରେ ଥିବା ପ୍ରକୃତ ସତ୍ୟତା ଏବଂ ସାଇବର ଲିଙ୍କର ଯାଞ୍ଚ ପାଇଁ ଝାରସୁଗୁଡ଼ା ପୋଲିସର ଏକ ସ୍ବତନ୍ତ୍ର ଟିମ ତଦନ୍ତ ଚଳାଇଛି। ଅଯଥା ଆତଙ୍କିତ ନହେବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ଆଶ୍ୱାସନା ଦିଆଯାଇଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

ଆଜି ତୁଳା ରାଶିରେ ଶୁକ୍ରଙ୍କ ପ୍ରବେଶ: ମେଷ ସମେତ ଏହି ୫ ରାଶିର ହେବ ବମ୍ଫର ରୋଜଗାର, ଘଟିବ ଯାହା କେବେ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହକୁ ପ୍ରେମ, ସୁଖ-ସୁବିଧା, ଧନ, ବୈଭବ ଓ ଐଶ୍ୱର୍ଯ୍ୟର କାରକ ବୋଲି ମନେ କରାଯାଏ। ଶୁକ୍ରଙ୍କ ରାଶି ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଟିମ ଇଣ୍ଡିଆରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସ୍ଥାନ, କାନ୍ଦିଲେ ବଡ଼ ବଡ଼ ଖେଳାଳି!

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଦଳରେ ଗୋଟିଏ କିମ୍ବା…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ବୁଧବାରଠୁ ମଙ୍ଗଳଙ୍କ ରାଶି ପରିବର୍ତ୍ତନ: ୪ ରାଶିଙ୍କ ଭାଗ୍ୟ ଚମକିବ, ଏମାନେ ରୁହନ୍ତୁ ସାବଧାନ

ବୁଧବାର ଦିନ ମେଷଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶି ପାଇଁ ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ରହିବ। ୨ ସେପ୍ଟେମ୍ବର ୨୦୨୬ରେ ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ…

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri