Posted inଜାତୀୟ

ସ୍କୁଲ ଉଡାଇ ଦେବାକୁ ଆସିଲା ଧମକ: ପୋଲିସର ନିଦ ହଜିଲା

ନୂଆଦିଲ୍ଲୀ,୧୩।୫: ନୋଏଡା ପରେ ଏବେ ଜୟପୁର ଦୁର୍ବୃତ୍ତଙ୍କ ଟାର୍ଗେଟକୁ ଆସିଛିି। ଜୟପୁରର ଅନେକ ବଡ ବିଦ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ ଆସିଛି। ଏଥିମଧ୍ୟରେ ସ୍କୁଲଗୁଡ଼ିକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଏହି ଧମକପୂବର୍ଣ୍ଣ ମେଲ୍‌ ଆସିବା ପରେ ପୋଳିସର ନିଦ ହଜିଛି। ବମ ନିଷ୍କ୍ରିୟ ସ୍କ୍ବାଡ ସକ୍ରିୟ କରାଯାଇଛି। ବିଦ୍ୟାଳୟରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି।
ଧମକପୂର୍ଣ୍ଣ ଆସିଥିବା ବିଦ୍ୟାଳୟରେ ପୋଲିସ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଡିସିପି ପୂର୍ବ କବିନ୍ଦ୍ର ସାଗର କହିଛନ୍ତି, ବିଦ୍ୟାଶ୍ରମ, ମହେଶ୍ୱରୀ ପବ୍ଲିକ ସ୍କୁଲ ଏବଂ ମାନକ ଚୌକ ଅବସ୍ଥିତ ସେଣ୍ଟ ଟେରେସା ସ୍କୁଲରେ ଇ-ମେଲ ମାଧ୍ୟମରେ ଏହି ଧମକ ପାଇଛି। ଏହା ପରେ ତୁରନ୍ତ ବିଦ୍ୟାଳୟରେ ପହଞ୍ଚିବା ପରେ ତଦନ୍ତ ଆରମ୍ଭ ହୋଇଛି। ଏପର୍ଯ୍ୟନ୍ତ କୌଣସି ବୋମା ମିଳିନାହିଁ। ଘଟଣାସ୍ଥଳରେ ବୋମା ନିଷ୍କ୍ରିୟ ଦଳ ଅଛନ୍ତି। ଜୟପୁରର ଅନ୍ୟାନ୍ୟ ବଡ଼ ବଡ଼ ବିଦ୍ୟାଳୟଗୁଡ଼ିକ ମଧ୍ୟ ସମାନ ଇ-ମେଲ ପାଇଛନ୍ତି। ରବିବାର ବିଳମ୍ବିତ ରାତିରେ ଜୟପୁର ବିମାନ ବନ୍ଦରକୁ ଏକ ବୋମା ବିସ୍ଫୋରଣ ସମ୍ପର୍କରେ ଏକ ଇମେଲ ପଠାଯାଇଥିଲା, କିନ୍ତୁ ଅନୁସନ୍ଧାନ ପରେ ସେଠାରେ କୌଣସି ବୋମା ମିଳି ନ ଥିଲା।
ଏହାପୂର୍ବରୁ ପ୍ରାୟ ଦୁଇ ସପ୍ତାହ ପୂର୍ବରୁ ନୋଏଡାସ୍ଥିତ ସ୍କୁଲଗୁଡ଼ିକୁ ମଧ୍ୟ ବୋମା ଧମକ ଦିଆଯାଇଥିଲା। ଏହା ପରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଦ୍ୟାଳୟଗୁଡ଼ିକୁ ସ୍ଥାନାନ୍ତର କରାଯାଇଥିଲା। ତେବେ କୌଣସି ବିଦ୍ୟାଳୟରେ କୌଣସି ବୋମା ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri