Posted inଜାତୀୟ

କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

ନୂଆଦିଲ୍ଲୀ,୨୨ା୫: ଦିଲ୍ଲୀର ସ୍କୁଲ ପରେ ଏବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ମେଲ୍‌ ଜରିଆରେ ଧମକ ଆସିଛି। ଫଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏନେଇ ସର୍ଚ୍ଚ ଅପରେଶନ ଜାରି ରହିଛି।

ଦିଲ୍ଲୀର ଅତ୍ୟଧିକ ସମ୍ବେଦନଶୀଳ ନର୍ଥ ବ୍ଲକରେ ବୋମା ଧମକ ମିଳିଛି। ଜଣେ ଅଧିକାରୀ କହିଛନ୍ତି ଯେ, ପୋଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ସହ ଏକ ଡଗ୍‌ ସ୍କ୍ବାଡ୍‌ ଏବଂ ବୋମା ନିଷ୍କାସନକାରୀ ଦଳ ସମଗ୍ର ଅଞ୍ଚଳରେ ଖୋଜାଖୋଜି କରୁଛନ୍ତି।

ଦିଲ୍ଲୀ ଅଗ୍ନିଶମ ବିଭାଗ କହିଛି, ପିସିଆର୍‌ରୁ ଆମକୁ ଏକ କଲ୍‌ ଆସିଥିଲା ଯେ, ନର୍ଥ ବ୍ଲକ୍‌ରେ ବୋମାମାଡ଼ ପାଇଁ ଧମକ ଆସିଛି। ଆଜି ଅପରାହ୍ନ ୩.୩୦ ସମୟରେ ଏହି କଲ୍‌ ଆସିଥିଲା। ସର୍ଚ୍ଚ ଅପରେଶନରେ ଏପର୍ଯ୍ୟନ୍ତ କିଛି ମିଳିନାହିଁ। ନର୍ଥ ବ୍ଲକ ହେଉଛି ସେହି କ୍ଷେତ୍ର, ଯେଉଁଠାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ରହିଛି।

ଗତ କିଛି ଦିନ ହେବ ଜାତୀୟ ରାଜଧାନୀ ଦିଲ୍ଲୀର ସ୍କୁଲ ଏବଂ ଡାକ୍ତରଖାନାଗୁଡ଼ିକରେ ମଧ୍ୟ ବୋମା ଧମକ ଆସୁଛି। ତେବେ ଖୋଜାଖୋଜି ପରେ କିଛି ମିଳିନାହିଁ।

ସୂଚନାଯୋଗ୍ୟ, ଚଳିତ ବର୍ଷ ମେ’ ୧ରେ ଦିଲ୍ଲୀ-ଏନ୍‌ସିଆରର ୧୫୦ରୁ ଅଧିକ ବିଦ୍ୟାଳୟକୁ ମେଲ୍‌ ମାଧ୍ୟମରେ ବୋମାମାଡ଼ ଧମକ ଆସିଥିଲା। ଏହା ପରେ ଉତ୍ତେଜନା ଦେଖାଦେଇଥିଲା। ବିଦ୍ୟାଳୟଗୁଡ଼ିକୁ ସ୍ଥାନାନ୍ତର କରାଯାଇଥିଲା। କିଛି ଦିନ ପରେ, ଡାକ୍ତରଖାନାଗୁଡ଼ିକୁ ମଧ୍ୟ ମେଲ୍‌ ଜରିଆରେ ସମାନ ଧମକ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri