Posted inଜାତୀୟ

କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

ନୂଆଦିଲ୍ଲୀ,୨୨ା୫: ଦିଲ୍ଲୀର ସ୍କୁଲ ପରେ ଏବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ମେଲ୍‌ ଜରିଆରେ ଧମକ ଆସିଛି। ଫଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏନେଇ ସର୍ଚ୍ଚ ଅପରେଶନ ଜାରି ରହିଛି।

ଦିଲ୍ଲୀର ଅତ୍ୟଧିକ ସମ୍ବେଦନଶୀଳ ନର୍ଥ ବ୍ଲକରେ ବୋମା ଧମକ ମିଳିଛି। ଜଣେ ଅଧିକାରୀ କହିଛନ୍ତି ଯେ, ପୋଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ସହ ଏକ ଡଗ୍‌ ସ୍କ୍ବାଡ୍‌ ଏବଂ ବୋମା ନିଷ୍କାସନକାରୀ ଦଳ ସମଗ୍ର ଅଞ୍ଚଳରେ ଖୋଜାଖୋଜି କରୁଛନ୍ତି।

ଦିଲ୍ଲୀ ଅଗ୍ନିଶମ ବିଭାଗ କହିଛି, ପିସିଆର୍‌ରୁ ଆମକୁ ଏକ କଲ୍‌ ଆସିଥିଲା ଯେ, ନର୍ଥ ବ୍ଲକ୍‌ରେ ବୋମାମାଡ଼ ପାଇଁ ଧମକ ଆସିଛି। ଆଜି ଅପରାହ୍ନ ୩.୩୦ ସମୟରେ ଏହି କଲ୍‌ ଆସିଥିଲା। ସର୍ଚ୍ଚ ଅପରେଶନରେ ଏପର୍ଯ୍ୟନ୍ତ କିଛି ମିଳିନାହିଁ। ନର୍ଥ ବ୍ଲକ ହେଉଛି ସେହି କ୍ଷେତ୍ର, ଯେଉଁଠାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ରହିଛି।

ଗତ କିଛି ଦିନ ହେବ ଜାତୀୟ ରାଜଧାନୀ ଦିଲ୍ଲୀର ସ୍କୁଲ ଏବଂ ଡାକ୍ତରଖାନାଗୁଡ଼ିକରେ ମଧ୍ୟ ବୋମା ଧମକ ଆସୁଛି। ତେବେ ଖୋଜାଖୋଜି ପରେ କିଛି ମିଳିନାହିଁ।

ସୂଚନାଯୋଗ୍ୟ, ଚଳିତ ବର୍ଷ ମେ’ ୧ରେ ଦିଲ୍ଲୀ-ଏନ୍‌ସିଆରର ୧୫୦ରୁ ଅଧିକ ବିଦ୍ୟାଳୟକୁ ମେଲ୍‌ ମାଧ୍ୟମରେ ବୋମାମାଡ଼ ଧମକ ଆସିଥିଲା। ଏହା ପରେ ଉତ୍ତେଜନା ଦେଖାଦେଇଥିଲା। ବିଦ୍ୟାଳୟଗୁଡ଼ିକୁ ସ୍ଥାନାନ୍ତର କରାଯାଇଥିଲା। କିଛି ଦିନ ପରେ, ଡାକ୍ତରଖାନାଗୁଡ଼ିକୁ ମଧ୍ୟ ମେଲ୍‌ ଜରିଆରେ ସମାନ ଧମକ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପେପର ଲିକ୍‌ ମାମଲାରେ CBIକୁ ବଡ଼ ସଫଳତା, ପୋଖରୀରୁ ମିଳିଲା ୭ ଫୋନ୍‌

ଧନବାଦ,୨୭।୦୭: ନିଟ୍‌ ପେପର ଲିକ୍‌ ମାମଲାରେ ଶୁକ୍ରବାର ସିବିଆଇର ଏକ ଟିମ୍‌ ଧନବାଦରୁ ପବନ କୁମାର ନାମକ ଜଣେ ଯୁବକକୁ ଗିରଫ କରିଛି । ପବନ...

ପଲଟି ଗଲେ କି ପଲଟୁରାମ! ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନୀତିଶ କୁମାର

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ NITI ଆୟୋଗର ପରିଚାଳନା ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଅଂଶଗ୍ରହଣ କରିଛନ୍ତି। ରାଷ୍ଟ୍ରପତି...

୨୩ ଅଗଷ୍ଟକୁ ୟୁକ୍ରେନ ଯାଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି, ରୁଷିଆ ସହିତ ଯୁଦ୍ଧ ମଧ୍ୟରେ ଏହା ପ୍ରଥମ ଗସ୍ତ

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି 23 ଅଗଷ୍ଟରେ ୟୁକ୍ରେନ ଗସ୍ତ କରିବେ। ଏହି ସମୟରେ ସେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିବେ। ରୁଷିଆ-ୟୁକ୍ରେନ ସହିତ...

ୟୁଟ୍ୟୁବରଙ୍କ ଉପରେ ଲଗାମ ଲଗାଇବାକୁ ଅଣ୍ଟା ଭିଡିଲେ ସରକାର, ଆଣିବେ ବିଲ୍‌

ନୂଆଦିଲ୍ଲୀ,୨୭।୭: ୟୁଟ୍ୟୁବରଙ୍କ ଉପରେ ଲଗାମ ଲଗାଇବା ପାଇଁ ଅଣ୍ଟା କଷିଲେଣି ମୋଦି ସରକାର। ଏନେଇ ସବୁ ପ୍ରସ୍ତୁତି ମଧ୍ୟ ଶେଷ କରି ସାରିଲେଣି। ଏଥିପାଇଁ ମୋଦି...

ଯଦି ବିଜେଡି ଇଣ୍ଡିଆ ମେଣ୍ଟରେ ସାମିଲ ହୁଏ, ରାଜ୍ୟ ସଭାରେ ପଲଟିଯିବ ନମ୍ବର ଗେମ୍‌, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୨୭।୭: ଏଥର ଲୋକ ସଭା ନିର୍ବାଚନ ପରେ ଦେଶର ରାଜନୈତିକ ପରିସ୍ଥିତି ଅନେକାଂଶରେ ବଦଳିଥିବା ପରି ମନେ ହେଉଛି। ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା)...

ମାୟାନଗରୀରେ ଭଶୁୁଡ଼ିଲା ୩ ମହଲା କୋଠା, ଚାପିହୋଇ ରହିଛନ୍ତି ଲୋକେ

ମୁମ଼୍ବାଇ,୨୭।୦୭: ମୟାନଗରୀ ମୁମ଼୍ବାଇ ସହରର ନିକଟବର୍ତ୍ତୀ ଶାହବାଜ ଗ୍ରାମରେ ଏକ ୩ ମହଲା ଘର ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି । ଭଙ୍ଗା ଛାତ ତଳେ କିଛି...

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭...

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri