ଥାନାରୁ ଖସି ପଳାଇଲେ ୩ ଅଭିଯୁକ୍ତ

ସମ୍ବଲପୁର,୨୯ା୩(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନାରୁ ୩ ଅଭିଯୁକ୍ତ କୋର୍ଟ ଚାଲାଣ ପୂର୍ବରୁ ଚମ୍ପଟ୍‌ ମାରିଛନ୍ତି। ସେମାନେ ହେଲେ ଝାକି କୁମାର, ସମୀର ଚୌଧୁରୀ ଓ ମହମ୍ମଦ ସକିଲ। କାର୍ଯ୍ୟରେ ଅବହେଳା ପାଇଁ ଦାୟିତ୍ୱରେ ଥିବା ଡାଇରି ଚାର୍ଜ ଅଫିସର (ଡିସିଓ) ନିରଞ୍ଜନ ପ୍ରଧାନ ଓ ସେଣ୍ଟ୍ରି ଏସ୍‌.ଏନ୍‌. ନାୟକଙ୍କୁ ନିଲମ୍ବନ କରାଯାଇଥିବା ଏସ୍‌ପି ବାତୁଲା ଗଙ୍ଗାଧର ସୂଚନା ଦେଇଛନ୍ତି।

ଡିଜେଲ ଚୋରି ମାମଲାରେ ଉପରୋକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ସଫେଇ କର୍ମଚାରୀ ପଙ୍କଜିନୀ ସିନ୍ଦରିଆ ଝାଡୁ ମାରିବା ସମୟରେ ଏହି ଘଟଣା ଘଟିଥିଲା। ତେଣୁ ପଙ୍କଜିନୀଙ୍କୁ ପୋଲିସ ଅଟକ ରଖି ତଦନ୍ତ କରିଥିଲା। ଏହା ଜାଣିବା ପରେ ଧନୁପାଲି ଥାନାରେ ଶତାଧିକ ମହିଳା ପୁରୁଷ ପହଞ୍ଚତ୍ଥିଲେ। ସେମାନେ ପୋଲିସର ଅବହେଳାକୁ ଦାୟୀ କରିବା ସହ ନିଜ ମୁଣ୍ଡରୁ ଦୋଷ ଛଡ଼ାଇବା ପାଇଁ ସଫେଇ କର୍ମଚାରୀଙ୍କ ଉପରେ ଦୋଷ ଲଦୁଥିବା ଅଭିଯୋଗ କରିଥିଲେ।

ଅନ୍ୟପକ୍ଷେ ପଙ୍କଜିନୀ କହିଛନ୍ତି, ବହୁବର୍ଷ ହେଲା ଥାନାରେ ସଫେଇ କାମ କରିଆସୁଛି। କେବେହେଲେ ମୋ ନାମରେ ଏଭଳି ଅଭିଯୋଗ ଆସି ନାହିଁ। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ଜଣେ ମୋର ସମ୍ପର୍କୀୟ ଥିବାରୁ ପୋଲିସ ମୋତେ ସନ୍ଦେହ କରି ଅଟକ ରଖିଥିଲା। ଝାଡୁ ମାରିବା ସମୟରେ ଅଭିଯୁକ୍ତମାନଙ୍କ ଅନୁପସ୍ଥିତି ନେଇ ପ୍ରଥମେ ମୁଁ ପୋଲିସକୁ ଜଣାଇଥିଲି ବୋଲି କହିଥିଲେ। ଏ ସମ୍ପର୍କରେ ସଦର ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ କହିଛନ୍ତି, ସର୍ଲକାନୀ ଅଞ୍ଚଳରେ ଡିଜେଲ ଚୋରି ହେଉଥିବା ନେଇ ଟ୍ରକ୍‌ ମାଲିକମାନେ ଅଭିଯୋଗ କରିଥିଲେ। ଏ ନେଇ ଥାନାରେ କେସ୍‌ ନଂ.୯୬/୨୨ରେ ମାମଲା ରୁଜୁ ହୋଇଥିଲା। ଏହାର ତଦନ୍ତ କରି ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସୋମବାର ସକାଳ ୭ରୁ ୭ଟା୧୫ ଭିତରେ ରିଫ୍ରେସମେଣ୍ଟ ସମୟରେ ଅଭିଯୁକ୍ତମାନେ ଖସି ପଲାଇଛନ୍ତି। ସେମାନଙ୍କୁ କୋର୍ଟ ଚାଲାଣ କରିବାର ଥିଲା। ପୋଲିସ ଟିମ୍‌ ଗଠନ କରି ଚଢ଼ାଉ ଜାରି ରହିଛି। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ କରାଯାଉଛି। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ବୁର୍ଲା ଓ ସଦର ଥାନାରୁ ଗିରଫ ଅଭିଯୁକ୍ତମାନେ ଏହିଭଳି ଫେରାର ହୋଇଯାଇଥିଲେ। ପରେ ପୋଲିସ ବିଭିନ୍ନ ଅଞ୍ଚଳରେ ଚଢାଉ କରି ସେମାନଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri