ବଳଦିଆବନ୍ଧ ଲୁଟ୍‌ ଘଟଣାରେ ୩ ଗିରଫ

ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ବଳଦିଆବନ୍ଧର ସାଇପ୍ରସାଦ ଦାସଙ୍କ ଘରୁ ଗତ ଫେବୃୟାରୀ ୧୧ରେ ହୋଇଥିବା ଲୁଟ୍‌ ଘଟଣାର ଦେଢ଼ମାସ ପରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବଳଦିଆବନ୍ଧ ଗ୍ରାମର ରଶ୍ମିରଞ୍ଜନ ସାହୁ ଓରଫ୍‌ ଗାନ୍ଧୀ (୩୮), ମିଥୁନ ମଲ୍ଲିକ ଓରଫ୍‌ ପିଣ୍ଟୁ (୨୩) ଏବଂ ଗୋବିନ୍ଦପୁର ବାରବାଙ୍କ ସାହିର ତୋଫାନ୍‌ ମଲ୍ଲିକ (୩୨)। ଢେଙ୍କାନାଳ ଜିଲାରେ ୨୨ବର୍ଷ ତଳେ ଘଟିଥିବା ବହୁଚର୍ଚ୍ଚିତ ବିଷ୍ଣୁବାବା ହତ୍ୟାକାଣ୍ଡ ମାମଲାରେ ଧରାପଡ଼ିଥିବା ଅଭିଯୁକ୍ତ ରଶ୍ମିରଞ୍ଜନ ଗିରଫ ହୋଇ ଜେଲ ଯାଇଥିଲେ। ବଳଦିଆବନ୍ଧ ଲୁଟ୍‌ ଘଟଣାରେ ସେ ଧରାପଡ଼ିବା ପରେ ପୁଣି ଥରେ ଚର୍ଚ୍ଚାକୁ ଆସିଛି ବିଷ୍ଣୁବାବା ହତ୍ୟାକାଣ୍ଡ।
ପୋଲିସ ଗିରଫ ଅଭିଯୁକ୍ତଙ୍କ ନିକଟରୁ ନଗଦ ୫ଲକ୍ଷ ୪୧ହଜାର ଟଙ୍କା, ବାଇକ୍‌ (ଓଡ଼ି ୦୬ କେ ୮୨୩୪), ଅଟୋରିକ୍ସା (ନଂ. ଓଡ଼ି ୧୯ କେ ୬୯୯୮), ଗୋଟିଏ ସୁନା ମଙ୍ଗଳସୂତ୍ର, ୨ ହଳ କାନଫୁଲ, ଗୋଟିଏ ସୁନା ମୁଦି ଏବଂ ୨ଟି ସୁନାହାର ଜବତ କରିଛି।
ଲୁଟ୍‌ ଟଙ୍କାରେ ତୋଫାନ୍‌ ଉକ୍ତ ବାଇକ୍‌ କିଣିଥିବା ପୋଲିସ ସ୍ପଷ୍ଟ କରିଛି। ଏ ନେଇ ସେହି ସମୟରେ ସଦର ଥାନାରେ ନଂ. ୮୫/୨୨ରେ ଏକ ମାମଲା ରୁଜୁ କରାଯାଇଥିଲା। ଅଭିଯୁକ୍ତଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri