ସମୁଦ୍ର ଜୁଆରରେ ଭାସିଗଲେ ୩ ବଙ୍ଗୀୟ ପର୍ଯ୍ୟଟକ

ଭୋଗରାଇ,୧୮ା୬(ପ୍ରଦୀପ ଦାସ): ବଙ୍ଗୋପସାଗର ଦକ୍ଷିଣ-ପଶ୍ଚିମରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ମୁହଁଉଥିବାବେଳେ ମୌସମୀ ବାୟୁ ସକ୍ରିୟ ହୋଇ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତରେ ମଙ୍ଗଳବାରଠୁ ବୁଧବାର ପର୍ଯ୍ୟନ୍ତ ମଧ୍ୟମ ଧରଣର ବର୍ଷା ଲାଗିରହିଛି। ଏଭଳିସ୍ଥିତିରେ ସମୁଦ୍ର ଉତ୍ତାଳ ଥିବାବେଳେ ପର୍ଯ୍ୟଟକଙ୍କୁ ନ ଯିବା ଲାଗି ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି l ହେଲେ ଅମାନିଆ ପର୍ଯ୍ୟଟକ ସମୁଦ୍ର କଟକଣାକୁ ବେଖାତିର କରି ସମୁଦ୍ର ଭିତରକୁ ଯାଇ ଭାସିଯାଉଥିବାର ଖବର ହସ୍ତଗତ ହେବାରେ ଲାଗିଛି। ବୁଧବାର ସକାଳେ ପଶ୍ଚିମବଙ୍ଗ ଦୀଘା ନିକଟସ୍ଥ ମନ୍ଦାରମଣଧି ସମୁଦ୍ରକୂଳକୁ ଗାଧୋଇବାକୁ ଯାଇଥିବା ପଶ୍ଚିମବଙ୍ଗ ବାରାସାତ ଅଞ୍ଚଳର ୩ ବନ୍ଧୁ ସମୁଦ୍ରର ଜୁଆରରେ ଭାସିଯାଇଥିଲେ। ସେମାନେ ଭାସିଯାଉଥିବାର ଦେଖି ସିଭିଲ ଭଲଣ୍ଟିଆରମାନେ ଏକ ସ୍ପିଡ୍‌ ବୋଟ୍‌ରେ ୨ ଜଣକୁ ଅଚେତ ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ଅଣାଯାଇଥିଲା। ସେଠାରେ ଜଣେ ପର୍ଯ୍ୟଟକଙ୍କୁ ମୃତ ବୋଲି ଡାକ୍ତର ଘୋଷଣା କରାଯାଇଛି।
ସୂଚନାନୁଯାୟୀ, ଗତ ୧୬ ତାରିଖରେ ବି ଏହି ସମୁଦ୍ରକୂଳରେ ୫ ଜଣ ବଙ୍ଗୀୟ ପର୍ଯ୍ୟଟକ ଭାସି ଯାଉଥିବାବେଳେ ୪ ଜଣଙ୍କୁ ଉଦ୍ଧାର କରାଯାଇଥିଲା ଅନ୍ୟ ଜଣେ ସମୁଦ୍ରଗର୍ଭରେ ଲୀନ ହୋଇଥିଲେ l ନିକଟରେ ଓଡ଼ିଶାର ଉଦୟପୁର ବେଳାଭୂମିରେ ଜଣେ ଓଡ଼ିଆ ମହିଳା ସହିତ ୨ ବଙ୍ଗୀୟ ପର୍ଯ୍ୟଟକଙ୍କ ସଲିଳ ସମାଧି ହୋଇଥିବା ତାଳସାରୀ ମେରାଇନ ଥାନାରେ ଅଭିଯୋଗ ନ ହେବା ଘଟଣା ସ୍ଥାନୀୟ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri