ସମୁଦ୍ର ଜୁଆରରେ ଭାସିଗଲେ ୩ ବଙ୍ଗୀୟ ପର୍ଯ୍ୟଟକ

ଭୋଗରାଇ,୧୮ା୬(ପ୍ରଦୀପ ଦାସ): ବଙ୍ଗୋପସାଗର ଦକ୍ଷିଣ-ପଶ୍ଚିମରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ମୁହଁଉଥିବାବେଳେ ମୌସମୀ ବାୟୁ ସକ୍ରିୟ ହୋଇ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତରେ ମଙ୍ଗଳବାରଠୁ ବୁଧବାର ପର୍ଯ୍ୟନ୍ତ ମଧ୍ୟମ ଧରଣର ବର୍ଷା ଲାଗିରହିଛି। ଏଭଳିସ୍ଥିତିରେ ସମୁଦ୍ର ଉତ୍ତାଳ ଥିବାବେଳେ ପର୍ଯ୍ୟଟକଙ୍କୁ ନ ଯିବା ଲାଗି ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି l ହେଲେ ଅମାନିଆ ପର୍ଯ୍ୟଟକ ସମୁଦ୍ର କଟକଣାକୁ ବେଖାତିର କରି ସମୁଦ୍ର ଭିତରକୁ ଯାଇ ଭାସିଯାଉଥିବାର ଖବର ହସ୍ତଗତ ହେବାରେ ଲାଗିଛି। ବୁଧବାର ସକାଳେ ପଶ୍ଚିମବଙ୍ଗ ଦୀଘା ନିକଟସ୍ଥ ମନ୍ଦାରମଣଧି ସମୁଦ୍ରକୂଳକୁ ଗାଧୋଇବାକୁ ଯାଇଥିବା ପଶ୍ଚିମବଙ୍ଗ ବାରାସାତ ଅଞ୍ଚଳର ୩ ବନ୍ଧୁ ସମୁଦ୍ରର ଜୁଆରରେ ଭାସିଯାଇଥିଲେ। ସେମାନେ ଭାସିଯାଉଥିବାର ଦେଖି ସିଭିଲ ଭଲଣ୍ଟିଆରମାନେ ଏକ ସ୍ପିଡ୍‌ ବୋଟ୍‌ରେ ୨ ଜଣକୁ ଅଚେତ ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ଅଣାଯାଇଥିଲା। ସେଠାରେ ଜଣେ ପର୍ଯ୍ୟଟକଙ୍କୁ ମୃତ ବୋଲି ଡାକ୍ତର ଘୋଷଣା କରାଯାଇଛି।
ସୂଚନାନୁଯାୟୀ, ଗତ ୧୬ ତାରିଖରେ ବି ଏହି ସମୁଦ୍ରକୂଳରେ ୫ ଜଣ ବଙ୍ଗୀୟ ପର୍ଯ୍ୟଟକ ଭାସି ଯାଉଥିବାବେଳେ ୪ ଜଣଙ୍କୁ ଉଦ୍ଧାର କରାଯାଇଥିଲା ଅନ୍ୟ ଜଣେ ସମୁଦ୍ରଗର୍ଭରେ ଲୀନ ହୋଇଥିଲେ l ନିକଟରେ ଓଡ଼ିଶାର ଉଦୟପୁର ବେଳାଭୂମିରେ ଜଣେ ଓଡ଼ିଆ ମହିଳା ସହିତ ୨ ବଙ୍ଗୀୟ ପର୍ଯ୍ୟଟକଙ୍କ ସଲିଳ ସମାଧି ହୋଇଥିବା ତାଳସାରୀ ମେରାଇନ ଥାନାରେ ଅଭିଯୋଗ ନ ହେବା ଘଟଣା ସ୍ଥାନୀୟ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri