Posted inଜାତୀୟ

ଗେହଲଟ ସରକାରଙ୍କୁ ଝଟକା: ଇସ୍ତଫା ଦେଲେ ୩ ମନ୍ତ୍ରୀ

ଜୟପୁର,୨୦ ।୧୧: ରାଜସ୍ଥାନରେ କ୍ୟାବିନେଟ ସମ୍ପ୍ରସାରଣ କଥା ଆଲୋଚନା ହେଉଥିବା ବେଳେ କଂଗ୍ରେସକୁ ବଡ ଝଟକା ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ, ଅଶୋକ ଗେହଲଟ ସରକାରଙ୍କ ୩ କ୍ୟାବିନେଟ ମନ୍ତ୍ରୀ ଇସ୍ତଫା ପ୍ରଦାନ କରିଛନ୍ତି । ମନ୍ତ୍ରୀମାନେ ଏହା ସ୍ପଷ୍ଟ କରି ନ ଥିବା ବେଳେ ବରିଷ୍ଠ ନେତା ଅଜୟ ମାକନଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ଶନିବାର ଏହି ୩ ମନ୍ତ୍ରୀ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖି ଇସ୍ତଫା ଦେବା କଥା କହିଥିଲେ । ଏହି ସମୟରେ ଅଜୟ ମାକନ ଶନିବାର ହେବାକୁ ଥିବା କୃଷକ ବିଜୟ ଦିବସ ପାଇଁ ରାଜସ୍ଥାନ ପହଞ୍ଚିବା ବେଳେ ଏପଟେ କ୍ୟାବିନେଟ ମନ୍ତ୍ରୀଙ୍କ ଇସ୍ତଫା ପରେ ସେମାନଙ୍କୁ ମାକନ କୁଆଡେ ବୁଝାସୁଝା କରିବାକୁ ଆସିଛନ୍ତି ବୋଲି ଆଲୋଚନା ହେଉଛି । ଅନ୍ୟପଟେ ଅନୁମାନ କରାଯାଉଛି କି ଗେହଲଟ ସରକାରଙ୍କ ନୂଆ ମନ୍ତ୍ରିମଣ୍ଡଳ ୨୧-୨୨ରେ ଶପଥ ନେଇ ପାରନ୍ତି । କାରଣ ରାଜ୍ୟପାଳ କଲରାଜ ମିଶ୍ର ତାଙ୍କ ଉତ୍ତର ପ୍ରଦେଶ ଗସ୍ତ ଶେଷ କରି ଶନିବାର ରାଜସ୍ଥାନ ଫେରୁଛନ୍ତି । ସେପଟେ ଶନିବାର କଂଗ୍ରେସ କେନ୍ଦ୍ର ସରକାର ପ୍ରତ୍ୟାହର କରି ନେଇଥିବା ୩ କୃଷି ଆଇନକୁ ନେଇ ‘କୃଷକ ବିଜୟ ଦିବସ’ ପାଳନ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?