ନୂଆପଡା ଉପନିର୍ବାଚନ ତଦାରଖ କରିବା ପାଇଁ ତିନି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ

ନୂଆପଡା,୨୧/୨୦(ମକାରୁ ବେମାଲ): ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ବିଧାନସଭା ଉପନିର୍ବାଚନକୁ ସମ୍ପୂର୍ଣ୍ଣ ଶାନ୍ତି ଶୃଙ୍ଖଳା ଓ ନିରପେକ୍ଷ ଭାବରେ ପରିଚାଳିତ କରିବା ସହିତ ସମଗ୍ର ପ୍ରକ୍ରିୟାକୁ ତଦାରଖ କରିବା ପାଇଁ ଭାରତ ନିର୍ବାଚନ କମିଶନଙ୍କ ଦ୍ୱାରା ତିନି ଜଣ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି। ନିର୍ବାଚନ ସାଧାରଣ ପର୍ଯ୍ୟବେକ୍ଷକ ହିସାବରେ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ପ୍ରକାଶ ବିନ୍ଦୁ, ଖର୍ଚ୍ଚ ପର୍ଯ୍ୟବେକ୍ଷକ ହିସାବରେ ଅତୁଲ ପାଣ୍ଡେ, ଭାରତୀୟ ରାଜସ ସେବା, ଏବଂ ପୋଲିସ ପର୍ଯ୍ୟବେକ୍ଷକ ହିସାବରେ ବି ଶଙ୍କର୍‌ ଜୟସ୍ବାଲ, ଭାରତୀୟ ପୋଲିସ ସେବା ନୂଆପଡାରେ ନିଜନିଜ ଦାୟିତ୍ୱରେ ଯୋଗ ଦେବେ l
ସୂଚନାଯୋଗ୍ୟ ଯେ, ନିର୍ବାଚନ ଆୟୋଗ ପର୍ଯ୍ୟବେକ୍ଷକମାନଙ୍କୁ ର୍ନିବାଚନ ପ୍ରକ୍ରିୟାର ସମସ୍ତ ପ୍ରକ୍ରିୟାକୁ ନିକଟରୁ ଅନୁସରଣ କରି, ସୱଚ୍ଛ, ନିରପକ୍ଷ ଓ ପାରଦର୍ଶୀ ଭାବରେ ର୍ନିବାଚନ ପରିଚାଳନା ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି l ପର୍ଯ୍ୟବେକ୍ଷକ ମାନେ ରାଜନୈତିକ ଦଳ, ପ୍ରାର୍ଥୀ ଓ ମତଦାତାଙ୍କ ପାଇଁ ସବୁବେଳେ ଉପଲବ୍ଧ ରହି, ତାଙ୍କ ଅଭିଯୋଗ ଓ ଅସୁବିଧାଗୁଡିକୁ ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।ସେମାନେ ମତଦାନ କେନ୍ଦ୍ରଗୁଡ଼ିକୁ ଭ୍ରମଣ କରି, ଆୟୋଗ ଦ୍ୱାରା ନିକଟରେ ନିଆଯାଇଥିବା ପଦକ୍ଷେପମାନଙ୍କ ସଠିକ କାର୍ଯ୍ୟାନ୍ବୟନ ଓ ମତଦାତାଙ୍କ ସୁବିଧା ସୁନିଶ୍ଚିତ କରିବେ। ନୂଆପଡା ଉପନିର୍ବାଚନ ପାଇଁ ଅଦ୍ୟାବଧି ୧୯ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ନିର୍ବାଚନ ବିଜ୍ଞପ୍ତି ଅନୁସାରେ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୦ ତାରିଖ ଧାର୍ଯ୍ୟ ହୋଇଥିଲା l ଅକ୍ଟୋବର ୨୨ ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ ତାରିଖ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ନଭେମ୍ବର ୧୧ ତାରିଖରେ ଭୋଟ ଗ୍ରହଣ ଓ ନଭେମ୍ବର ୧୪ ତାରିଖ ରେ ଗଣତି ହୋଇ ୧୬ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ l ନିର୍ବାଚନ ତଦାରଖ ପ୍ରକ୍ରିୟାରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନଙ୍କୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

Budget 2026: ବଜେଟ୍‌ରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା! ବଢିବ ଚାକିରି…

ନୂଆଦିଲ୍ଲୀ,୧।୨: ୨୦୨୬ ମସିହାର କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, ସାରା ଦେଶର ଅର୍ଥନୀତିଜ୍ଞମାନେ ସରକାରଙ୍କ ସମ୍ଭାବ୍ୟ ପ୍ରାଥମିକତା ଉପରେ ସେମାନଙ୍କର ମତାମତ ପ୍ରଦାନ କରୁଛନ୍ତି। ବିଶେଷଜ୍ଞମାନେ ବିଶ୍ୱାସ…

New Rules 1 February 2026: ବଜେଟ ପୂର୍ବରୁ ସିଗାରେଟଠାରୁ LPG ପର୍ଯ୍ୟନ୍ତ ବଢିଲା ଏସବୁର ଦର

ନୂଆଦିଲ୍ଲୀ,୧।୨: ପ୍ରତି ମାସରେ, ପ୍ରତ୍ୟେକ ମାସର ପ୍ରଥମ ତାରିଖରେ କିଛି ପରିବର୍ତ୍ତନ ଘଟେ, ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଇଥାଏ। ରବିବାର ଅର୍ଥାତ…

ଇତିହାସ ରଚିବେ ସୀତାରାମନ୍‌, ଶସ୍ତା ହୋଇପାରେ ଏସବୁ ଜିନିଷ!

ନୂଆଦିଲ୍‌ଲୀ,୧।୨: କୋଟି କୋଟି ଦେଶବାସୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ସଂସଦରେ ଦେଶର ବାର୍ଷିକ ଖର୍ଚ୍ଚ ଖୋଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସକାଳ ୧୧ଟାରେ ଲୋକ ସଭାରେ…

Union Budget 2026-27: ପ୍ରଥମଥର ରବିବାର ବଜେଟ ଭାଷଣ, ସୀତାରାମନ୍‌ଙ୍କ ୯ମ ବଜେଟ

ନୂଆଦିଲ୍ଲୀ,୧।୨: ରବିବାର ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହେବ। ଇତିହାସରେ ପ୍ରଥମ ଥର ପାଇଁ, ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣ ରବିବାର ପ୍ରଦାନ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି…

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri