ନୂଆପଡା ଉପନିର୍ବାଚନ ତଦାରଖ କରିବା ପାଇଁ ତିନି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ

ନୂଆପଡା,୨୧/୨୦(ମକାରୁ ବେମାଲ): ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ବିଧାନସଭା ଉପନିର୍ବାଚନକୁ ସମ୍ପୂର୍ଣ୍ଣ ଶାନ୍ତି ଶୃଙ୍ଖଳା ଓ ନିରପେକ୍ଷ ଭାବରେ ପରିଚାଳିତ କରିବା ସହିତ ସମଗ୍ର ପ୍ରକ୍ରିୟାକୁ ତଦାରଖ କରିବା ପାଇଁ ଭାରତ ନିର୍ବାଚନ କମିଶନଙ୍କ ଦ୍ୱାରା ତିନି ଜଣ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି। ନିର୍ବାଚନ ସାଧାରଣ ପର୍ଯ୍ୟବେକ୍ଷକ ହିସାବରେ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ପ୍ରକାଶ ବିନ୍ଦୁ, ଖର୍ଚ୍ଚ ପର୍ଯ୍ୟବେକ୍ଷକ ହିସାବରେ ଅତୁଲ ପାଣ୍ଡେ, ଭାରତୀୟ ରାଜସ ସେବା, ଏବଂ ପୋଲିସ ପର୍ଯ୍ୟବେକ୍ଷକ ହିସାବରେ ବି ଶଙ୍କର୍‌ ଜୟସ୍ବାଲ, ଭାରତୀୟ ପୋଲିସ ସେବା ନୂଆପଡାରେ ନିଜନିଜ ଦାୟିତ୍ୱରେ ଯୋଗ ଦେବେ l
ସୂଚନାଯୋଗ୍ୟ ଯେ, ନିର୍ବାଚନ ଆୟୋଗ ପର୍ଯ୍ୟବେକ୍ଷକମାନଙ୍କୁ ର୍ନିବାଚନ ପ୍ରକ୍ରିୟାର ସମସ୍ତ ପ୍ରକ୍ରିୟାକୁ ନିକଟରୁ ଅନୁସରଣ କରି, ସୱଚ୍ଛ, ନିରପକ୍ଷ ଓ ପାରଦର୍ଶୀ ଭାବରେ ର୍ନିବାଚନ ପରିଚାଳନା ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି l ପର୍ଯ୍ୟବେକ୍ଷକ ମାନେ ରାଜନୈତିକ ଦଳ, ପ୍ରାର୍ଥୀ ଓ ମତଦାତାଙ୍କ ପାଇଁ ସବୁବେଳେ ଉପଲବ୍ଧ ରହି, ତାଙ୍କ ଅଭିଯୋଗ ଓ ଅସୁବିଧାଗୁଡିକୁ ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।ସେମାନେ ମତଦାନ କେନ୍ଦ୍ରଗୁଡ଼ିକୁ ଭ୍ରମଣ କରି, ଆୟୋଗ ଦ୍ୱାରା ନିକଟରେ ନିଆଯାଇଥିବା ପଦକ୍ଷେପମାନଙ୍କ ସଠିକ କାର୍ଯ୍ୟାନ୍ବୟନ ଓ ମତଦାତାଙ୍କ ସୁବିଧା ସୁନିଶ୍ଚିତ କରିବେ। ନୂଆପଡା ଉପନିର୍ବାଚନ ପାଇଁ ଅଦ୍ୟାବଧି ୧୯ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ନିର୍ବାଚନ ବିଜ୍ଞପ୍ତି ଅନୁସାରେ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୦ ତାରିଖ ଧାର୍ଯ୍ୟ ହୋଇଥିଲା l ଅକ୍ଟୋବର ୨୨ ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ ତାରିଖ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ନଭେମ୍ବର ୧୧ ତାରିଖରେ ଭୋଟ ଗ୍ରହଣ ଓ ନଭେମ୍ବର ୧୪ ତାରିଖ ରେ ଗଣତି ହୋଇ ୧୬ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ l ନିର୍ବାଚନ ତଦାରଖ ପ୍ରକ୍ରିୟାରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନଙ୍କୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି।…

ରାଜକୁମାର ବୁଧଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ: ପହିଲାଠୁ କନ୍ୟା ସମେତ ୪ ରାଶି ହେବେ ଧନବାନ୍‌, ପଛକୁ ପଛ ଲାଗିବ ଲଟେରୀ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ପ୍ରଭାବଶାଳୀ ବୋଲି ମନାଯାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ ବୁଦ୍ଧି, ବାଣୀ, ଯୋଗାଯୋଗ ଓ ବ୍ୟବସାୟର କାରକ ବୁଧ…

ଅଶ୍ଳେଷା ନକ୍ଷତ୍ରରେ ଗୁରୁ ବୃହସ୍ପତିଙ୍କ ପ୍ରବେଶ: ୬ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଧନବର୍ଷା ଯୋଗ! ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ଦେବଗୁରୁ ବୃହସ୍ପତି ଆସନ୍ତା ଅକ୍ଟୋବର ୮ ତାରିଖ ସନ୍ଧ୍ୟା ୭ଟା ୦୩ ମିନିଟରେ ଅଶ୍ଳେଷା ନକ୍ଷତ୍ରର ଚତୁର୍ଥ ପଦରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?