ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ ଏବେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପରୂପ ଦୃଶ୍ୟ ଦେଖି ବିମୋହିତ ହୋଇପଡୁଛନ୍ତି।

ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ୧ ଘଣ୍ଟା ବିଳମ୍ବରେ ଗୁରୁବାର ରଥଟଣା ଆରମ୍ଭ ହୋଇଥିଲା। ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଆନନ୍ଦ ଓ ଉତ୍ସାହର ସହ ତିନିରଥକୁ ଟାଣିନେଇଥିଲେ ଭକ୍ତ। ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାହୋଇଥିଲା। ତେବେ ସନ୍ଧ୍ୟା ହୋଇଯିବାରୁ କୌଣସି ରଥ ଶରଧାବାଲିରେ ପହଞ୍ଚି ପାରି ନ ଥିଲା।
ମାର୍କେଟ ଛକ ନିକଟରେ ତାଳଧ୍ୱଜ ଓ ମରିଚୀକୋଟ ଛକ ନିକଟରେ ଦର୍ପଦଳନ ରଥ ପହଞ୍ଚିବାବେଳେ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ସିଂହଦ୍ୱାରଠାରୁ ଅଳ୍ପ କିଛି ବାଟ ଗଡ଼ି ଅଟକି ରହିଥିଲା। ଶୁକ୍ରବାର ପୂର୍ବାହ୍ନ ୯ଟା ୩୦ରେ ପୁଣି ରଥଟଣା ହୋଇଥିବାବେଳେ ଆଡ଼ପ ବିଜେ ନୀତି ହେବ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିଲା। ପ୍ରଶାସନ ପକ୍ଷରୁ ଧାର୍ଯ୍ୟ କରାଯାଇଥିବା ନୀତି ନିର୍ଘଣ୍ଟଠାରୁ ପ୍ରାୟ ୩୦ ମିନିଟ୍‌ ପୂର୍ବରୁ ନୀତି ଆରମ୍ଭ ହୋଇଥିଲା। ଭୋର ୫ଟା ୩୦ରେ ମଙ୍ଗଳ ଆଳତି, ମଇଲମ ୫ଟା ୩୫, ଅବକାଶ ପୂଜା ୬ଟା ୧୦ରୁ ୬ଟା ୨୫, ବେଶ ଶେଷ ୬ଟା ୪୦, ସୂର୍ଯ୍ୟପୂଜା ୬ଟା ୫୫, ଦ୍ୱାରପାଳ ପୂଜା ୭ଟା ୨୦, ଗୋପାଳବଲ୍ଲଭ ୭ଟା ୨୫ ଓ ସକାଳ ଧୂପ ୮ଟା ୩୦ରେ ଶେଷ ହୋଇଥିଲା। ସକାଳ ୮ଟା ୪୫ରେ ରଥ ପ୍ରତିଷ୍ଠା ହୋଇ ୮ଟା ୫୦ରେ ମଙ୍ଗଳାର୍ପଣ ସମ୍ପନ୍ନ ପରେ ପୁଷ୍ପାଞ୍ଜଳି, ଡୋର ଲାଗି ହୋଇ ୯ଟାରେ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ଶ୍ରୀସୁଦର୍ଶନ, ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପହଣ୍ଡି ହୋଇ ରଥକୁ ଆସିଥିଲେ। ମଧ୍ୟାହ୍ନ ୨ଟାରେ ପହଣ୍ଡି ସରିଥିଲା। ଚଳନ୍ତି ପ୍ରତିମା ରାମକୃଷ୍ଣ ଏବଂ ଶ୍ରୀମଦନମୋହନଙ୍କ ପହଣ୍ଡି ୨ଟା ୨୦ରେ ସରିବା ପରେ ଠାକୁରମାନଙ୍କୁ ସୋଲ ଚିତାଲାଗି କରାଯାଇଥିଲା। ମଇଲମ ପରେ ବେଶ ଶେଷ ହୋଇଥିଲା। ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ରଥକୁ ଆସି ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ତାମଜାନରେ ବିଜେହୋଇ ସୁନାଖଡ଼ିକାରେ ପ୍ରଥମେ ତାଳଧ୍ୱଜ, ପରେ ନନ୍ଦିଘୋଷ ଓ ଶେଷରେ ଦର୍ପଦଳନ ରଥରେ ଛେରାପହଁରା କରିଥିଲେ। ଅପରାହ୍ନ ୪ଟା ୪୦ରେ ଛେରାପହଁରା ସରିବା ପରେ ଚାରମାଳ ଫିଟା ଓ ଘୋଡ଼ା ଲାଗିଥିଲା। ଅପରାହ୍ନ ୫ଟା ୧୦ରେ ପ୍ରଥମେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଥିଲା। ପରେ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷ ରଥ ଟଣାଯାଇଥିଲା। ଆନନ୍ଦ ଓ ଉତ୍ସାହରେ ଶ୍ରଦ୍ଧାଳୁମାନେ ରଥକୁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣିନେଇଥିଲେ। ତେବେ ସନ୍ଧ୍ୟା ହୋଇଯିବାରୁ ରଥଟଣା ବନ୍ଦ ରଖାଯାଇଥିଲା। ଚଳିତବର୍ଷ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ‘ଉତ୍କଳ ପ୍ରସଙ୍ଗ’ ଉନ୍ମୋଚନ କରାଯାଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ଓ ଭିଡ଼ ନିୟନ୍ତ୍ରଣ ପାଇଁ ୨୨୦ ପ୍ଲାଟୁନ ପୋଲିସ ଫୋର୍ସ ସମେତ ୧୨ହଜାର ପୋଲିସ କର୍ମଚାରୀ ଓ କେନ୍ଦ୍ରୀୟ ଫୋର୍ସ ମୁତୟନ ଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍‌ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି…

ଗ୍ରୀନ୍‌ ବିଲ୍ଡିଂରେ ୨୪% ପର୍ଯ୍ୟନ୍ତ ଖର୍ଚ୍ଚ ସଞ୍ଚୟ ସମ୍ଭବ

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ସୌର ଓ ଅକ୍ଷୟ ଶକ୍ତି ବ୍ୟବହାର ଦ୍ୱାରା କେବଳ ଯେ ପରିବେଶକୁ ସୁସ୍ଥ ଓ ସବୁଜ ରଖାଯାଇପାରିବ ତାହା ନୁହେଁ, ପରିବାରର ଖର୍ଚ୍ଚ…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri