ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ ଏବେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପରୂପ ଦୃଶ୍ୟ ଦେଖି ବିମୋହିତ ହୋଇପଡୁଛନ୍ତି।

ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ୧ ଘଣ୍ଟା ବିଳମ୍ବରେ ଗୁରୁବାର ରଥଟଣା ଆରମ୍ଭ ହୋଇଥିଲା। ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଆନନ୍ଦ ଓ ଉତ୍ସାହର ସହ ତିନିରଥକୁ ଟାଣିନେଇଥିଲେ ଭକ୍ତ। ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାହୋଇଥିଲା। ତେବେ ସନ୍ଧ୍ୟା ହୋଇଯିବାରୁ କୌଣସି ରଥ ଶରଧାବାଲିରେ ପହଞ୍ଚି ପାରି ନ ଥିଲା।
ମାର୍କେଟ ଛକ ନିକଟରେ ତାଳଧ୍ୱଜ ଓ ମରିଚୀକୋଟ ଛକ ନିକଟରେ ଦର୍ପଦଳନ ରଥ ପହଞ୍ଚିବାବେଳେ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ସିଂହଦ୍ୱାରଠାରୁ ଅଳ୍ପ କିଛି ବାଟ ଗଡ଼ି ଅଟକି ରହିଥିଲା। ଶୁକ୍ରବାର ପୂର୍ବାହ୍ନ ୯ଟା ୩୦ରେ ପୁଣି ରଥଟଣା ହୋଇଥିବାବେଳେ ଆଡ଼ପ ବିଜେ ନୀତି ହେବ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିଲା। ପ୍ରଶାସନ ପକ୍ଷରୁ ଧାର୍ଯ୍ୟ କରାଯାଇଥିବା ନୀତି ନିର୍ଘଣ୍ଟଠାରୁ ପ୍ରାୟ ୩୦ ମିନିଟ୍‌ ପୂର୍ବରୁ ନୀତି ଆରମ୍ଭ ହୋଇଥିଲା। ଭୋର ୫ଟା ୩୦ରେ ମଙ୍ଗଳ ଆଳତି, ମଇଲମ ୫ଟା ୩୫, ଅବକାଶ ପୂଜା ୬ଟା ୧୦ରୁ ୬ଟା ୨୫, ବେଶ ଶେଷ ୬ଟା ୪୦, ସୂର୍ଯ୍ୟପୂଜା ୬ଟା ୫୫, ଦ୍ୱାରପାଳ ପୂଜା ୭ଟା ୨୦, ଗୋପାଳବଲ୍ଲଭ ୭ଟା ୨୫ ଓ ସକାଳ ଧୂପ ୮ଟା ୩୦ରେ ଶେଷ ହୋଇଥିଲା। ସକାଳ ୮ଟା ୪୫ରେ ରଥ ପ୍ରତିଷ୍ଠା ହୋଇ ୮ଟା ୫୦ରେ ମଙ୍ଗଳାର୍ପଣ ସମ୍ପନ୍ନ ପରେ ପୁଷ୍ପାଞ୍ଜଳି, ଡୋର ଲାଗି ହୋଇ ୯ଟାରେ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ଶ୍ରୀସୁଦର୍ଶନ, ପରେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପହଣ୍ଡି ହୋଇ ରଥକୁ ଆସିଥିଲେ। ମଧ୍ୟାହ୍ନ ୨ଟାରେ ପହଣ୍ଡି ସରିଥିଲା। ଚଳନ୍ତି ପ୍ରତିମା ରାମକୃଷ୍ଣ ଏବଂ ଶ୍ରୀମଦନମୋହନଙ୍କ ପହଣ୍ଡି ୨ଟା ୨୦ରେ ସରିବା ପରେ ଠାକୁରମାନଙ୍କୁ ସୋଲ ଚିତାଲାଗି କରାଯାଇଥିଲା। ମଇଲମ ପରେ ବେଶ ଶେଷ ହୋଇଥିଲା। ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ରଥକୁ ଆସି ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ତାମଜାନରେ ବିଜେହୋଇ ସୁନାଖଡ଼ିକାରେ ପ୍ରଥମେ ତାଳଧ୍ୱଜ, ପରେ ନନ୍ଦିଘୋଷ ଓ ଶେଷରେ ଦର୍ପଦଳନ ରଥରେ ଛେରାପହଁରା କରିଥିଲେ। ଅପରାହ୍ନ ୪ଟା ୪୦ରେ ଛେରାପହଁରା ସରିବା ପରେ ଚାରମାଳ ଫିଟା ଓ ଘୋଡ଼ା ଲାଗିଥିଲା। ଅପରାହ୍ନ ୫ଟା ୧୦ରେ ପ୍ରଥମେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଥିଲା। ପରେ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷ ରଥ ଟଣାଯାଇଥିଲା। ଆନନ୍ଦ ଓ ଉତ୍ସାହରେ ଶ୍ରଦ୍ଧାଳୁମାନେ ରଥକୁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣିନେଇଥିଲେ। ତେବେ ସନ୍ଧ୍ୟା ହୋଇଯିବାରୁ ରଥଟଣା ବନ୍ଦ ରଖାଯାଇଥିଲା। ଚଳିତବର୍ଷ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ‘ଉତ୍କଳ ପ୍ରସଙ୍ଗ’ ଉନ୍ମୋଚନ କରାଯାଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ଓ ଭିଡ଼ ନିୟନ୍ତ୍ରଣ ପାଇଁ ୨୨୦ ପ୍ଲାଟୁନ ପୋଲିସ ଫୋର୍ସ ସମେତ ୧୨ହଜାର ପୋଲିସ କର୍ମଚାରୀ ଓ କେନ୍ଦ୍ରୀୟ ଫୋର୍ସ ମୁତୟନ ଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?