ଶ୍ରୀମନ୍ଦିର ସମ୍ମୁଖରେ ୩ ରଥ: ରାତି ପାହିଲେ ସୁନାବେଶରେ ଦର୍ଶନ ଦେବେ ମହାବାହୁ

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଜନ୍ମବେବୀ ଆଡ଼ପ ମଣ୍ଡପ ଛାଡ଼ି କର୍ମବେଦୀ ଶ୍ରମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି। ଲକ୍ଷ ଲକ୍ଷ ଭକ୍ତଙ୍କ ଗ୍ରହଣରେ ଗଡ଼ିଛି ଦାରୁବିଗ୍ରହଙ୍କ ତିନି ରଥ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଦ୍ଧାରିତ କରାଯାଇଥିବା ନୀତି କ୍ରାନ୍ତିର ଯଥେଷ୍ଟ ପୂର୍ବରୁ ରଥଟଣା ଆରମ୍ଭ ହୋଇଥିଲା। ଘଣ୍ଟ ଘଣ୍ଟା, ନୃତ୍ୟ ସଙ୍ଗୀତ ମଧ୍ୟରେ ଭକ୍ତଙ୍କ ହରିବୋଲ, ହୁଳହୁଳି ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ଶରଧାବାଲି। ପ୍ରଥମେ ବଳଭଦ୍ରଙ୍କ ରଥ ଶ୍ରୀମନ୍ଦିର ସମ୍ମୁଖରେ ଲାଗିଥିବା ବେଳେ ପରେ ମା’ ସୁଭଦ୍ରାଙ୍କ ରଥ ସିଂହଦ୍ୱାରରେ ଲାଗିଥିଲା। ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଥିଲା।

ରଥତ୍ରୟ ମାଉସୀ ମା’ ମନ୍ଦିର ନିକଟରେ ପହଞ୍ଚିବା ପରେ ଠାକୁରମାନଙ୍କୁ ପୋଡ଼ପିଠା ଭୋଗ କରାଯାଇଥିଲା। ପୋଡ଼ ପିଠା ଭୋଗ ଖାଇ ଠାକୁରମାନେ ଶ୍ରୀମନ୍ଦିର ଆଡ଼କୁ ପୁଣି ଥରେ ଯାତ୍ରା ଆରମ୍ଭ କରିଥିଲେ। ପ୍ରଥମେ ବଡ଼ ଠାକୁରଙ୍କ ତାଳଧ୍ୱଜ ରଥ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚି ଥିଲା। ଏହାପରେ ମା’ ସୁଭଦ୍ରାଙ୍କ ଦେବଦଳନ ରଥ ପହଞ୍ଚି ଥିଲା। ତେବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ରାଜନହର ନିକଟରେ କିଛି ସମୟ ପାଇଁ ଅଟକି ରହିଥିଲା। ମା’ ମହାଲକ୍ଷ୍ମୀ ଶ୍ରୀମନ୍ଦିର ଚାହାଣୀ ମଣ୍ଡପକୁ ଆସି ରଥ ଉପରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ।

ପରେ ପାଲିଙ୍କିରେ ଘଣ୍ଟ, ଛତା, କାହାଳୀ ସହ ଶ୍ରୀନହରଠାରେ ଅଟକିଥିବା ନନ୍ଦିଘୋଷ ନିକଟକୁ ଆସିଥିଲେ। ସେଠାରେ ଗଜପତି ମହାରାଜ ଲକ୍ଷ୍ମୀନାରାୟଣ ଭେଟ ନୀତି ସମ୍ପନ୍ନ କରିଥିଲେ। ନୀତି ସମ୍ପନ୍ନ କରି ମା’ ମହାଲକ୍ଷ୍ମୀ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବା ପରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ଅଭିମୁଖେ ପୁଣି ଗଡ଼ି ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଲାଗିଥିଲା।

ରବିବାର ମହାପ୍ରଭୁ ରଥ ଉପରେ ସୁନାବେଶରେ ଦର୍ଶନ ଦେବେ। ସୁନାବେଶରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ଥିବାରୁ ମନ୍ଦିର ଏବଂ ଜିଲା ପ୍ରଶାସନର ସମନ୍ବୟରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଶନିବାର ପାଗ ଅନୁକୁଳ ଥିବା ଯୋଗୁ ଶ୍ରୀକ୍ଷେତ୍ରରେ ପ୍ରାୟ ୧୨ଲକ୍ଷ ଲୋକଙ୍କ ସମାଗମ ହୋଇଥିଲା। ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?