ତେଲ୍‌ ନଦୀରେ ବୁଡ଼ି ୩ ଶିଶୁଙ୍କ ଜୀବନ ଗଲା

ନବରଙ୍ଗପୁର,୬ା୮(ବି.ପ୍ର.) : ଗୁରୁବାର ତେଲ ନଦୀରେ ବୁଡ଼ି ତିନି ଶିଶୁଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁପୁତ୍ର ଏବଂ ଦୁଇ ଶିଶୁକନ୍ୟା ରହିଥିବାବେଳେ ସମସ୍ତେ ଗୋଟିଏ ଗ୍ରାମର ବୋଲି ଜଣାପଡ଼ିଛି । ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା ପଞ୍ଚାୟତ କୋଟାଲଡିଗି ଗ୍ରାମରେ। ଉକ୍ତ ଗ୍ରାମର ଅମି ସାନ୍ତାଙ୍କ ୬ ବର୍ଷର ଝିଅ ରଶ୍ମିତା, ରଘୁରାମ ସାନ୍ତାଙ୍କ ୫ ବର୍ଷର ଝିଅ ଶାନ୍ତି ଏବଂ ବୁଦ୍ଧୁ ସାନ୍ତାଙ୍କ ୪ ବର୍ଷର ପୁଅ ଦଶରଥ ସାଙ୍ଗ ହୋଇ ଆଜି ସକାଳେ ଗ୍ରାମ ନିକଟ ଦେଇ ଯାଇଥିବା ତେଲ ନଦୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ସମୟରେ ହଠାତ୍‌ ଗଭୀର ପାଣିକୁ ପଶି ଯାଇଥିଲେ। ପରିବାର ଲୋକ ଏବଂ ଗ୍ରାମବାସୀ ବହୁ ସମୟ ଧରି ଖୋଜାଖୋଜି କରିବା ପରେ ମଧ୍ୟ ନ ପାଇବାରୁ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଉମରକୋଟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହଯୋଗରେ ମୃତଦେହଗୁଡ଼ିିକୁ ଉଦ୍ଧାର କରି ନିକଟସ୍ଥ ତୋହରା ଡାକ୍ତରଖାନାକୁ ନେଇଥିବା ଜଣାପଡ଼ିଛି। ଅସାବଧାନତା ଯୋଗୁ ଏଭଳି ଏକ ଦୁର୍ଘଟଣା ଘଟିଥିବାରୁ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?