ଜନ୍ମବେଦିକୁ ଗଲେ ତିନି ଠାକୁର

ଧର୍ମଶାଳା,୨୧ା୬(ବଟକୃଷ୍ଣ ପରିଡ଼ା): ଧର୍ମଶାଳା ବ୍ଲକର ବିଭିନ୍ନ ସ୍ଥାନରେ ଜଗନ୍ନାଥଙ୍କ ପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ସୁଦର୍ଶନଙ୍କୁ ସାଙ୍ଗରେ ଧରି ୯ଦିନ ପାଇଁ ମାଉସୀ ମା’ ଘରକୁ ଯାତ୍ରା କରିଛନ୍ତି। ବ୍ଲକର ଭାଲୁଖାଇସ୍ଥିତ ଜଗନ୍ନାଥ ମନ୍ଦିରରେ ଡା. ବିଜୟ କୁମାର ଶତପଥୀ ଓ ନିରଞ୍ଜନ ପାଣିଗ୍ରାହୀଙ୍କ ନେୃତ୍ୱତ୍ୱରେ ସେବାୟତମାନେ ଶ୍ରୀଜୀଉଙ୍କ ପହଣ୍ଡି ବିଜେ କରିବାପରେ ପୂଜାର୍ଚ୍ଚନା କରାଯାଇଥିଲା। ଧର୍ମଶାଳା ମୁନ୍‌ସୀମିଳନ କମିଟି ଓ ଶ୍ରୀଜଗନ୍ନାଥ ମନ୍ଦିର କମିଟି ସଭାପତି ତଥା ଥାନା ଅଧିକାରୀ ରାକେଶ କୁମାର ତ୍ରିପାଠୀ ଛେରାପହଁରା କରିବା ପରେ ଅପରାହ୍ନ ସାଢ଼େ ୩ଟାରେ ରଥଟଣା ଆରମ୍ଭ ହୋଇଥିଲା। ୧୬ନଂ. ଜାତୀୟ ରାଜପଥ ଦେଇ ରଥ ଜାରକା ବଜାର, ବୁଦ୍ଧଛକ, ଶାନ୍ତିବଜାର ଓ ଧର୍ମଶାଳା ବଜାର ଦେଇ ଧର୍ମଶାଳା ହାଟ ପଡିଆସ୍ଥିତ ମାଉସୀ ମା’ମନ୍ଦିରରେ ସନ୍ଧ୍ୟାରେ ପହଞ୍ଚତ୍ଥିଲା। ଆଖପାଖ ଅଞ୍ଚଳର ଶହଶହ ପୁରୁଷ ଓ ମହିଳା ଭକ୍ତ ଯୋଗଦେଇ ରଥ ଟାଣିଥିଲେ। ମହିଳାମାନେ ରାସ୍ତାରେ ମୁରୁଜ ପକାଇବା ସହ କଳସ ବସାଇ ଠାକୁରଙ୍କୁ ବନ୍ଦାପନା କରିଥିବା ଦେଖିବାକୁ ମିଳିଥିଲା। ଅବସରପ୍ରାପ୍ତ ସିଡିଏମଓ ଡା. ବିଜୟ କୁମାର ଶତପଥୀ, ମୁନ୍‌ସୀମିଳନ କମିଟି ସମ୍ପାଦକ ଜଳଧର ମହାନ୍ତି, ବସନ୍ତ ପରିଡ଼ା, ସୁଦୀପ୍ତ ସ୍ବାଇଁ, ମନ୍ଦିର କମିଟି ପକ୍ଷରୁ ପ୍ରସନ୍ନ ବରାଳ, ଇନ୍ଦ୍ରମଣି ମହାନ୍ତି, ଅନିରୁଦ୍ଧ ରାଉତ, ଗଜେନ୍ଦ୍ର ବେହେରା, ସବ୍ୟସାଚୀ ବେହେରା, ପ୍ରସନ୍ନ ପାଳ, ମନୋଜ ରଣା, କାର୍ତ୍ତିକ ଚନ୍ଦ୍ର ସ୍ବାଇଁ, କେଳୁଚରଣ ନାୟକ, ଅଶୋକ ଜେନା, ଜିତେନ୍ଦ୍ର ସାମଲ, କଳ୍ପତରୁ ସାହୁ, ବିଜୟ ନାୟକ ଓ ପ୍ରଦୀପ୍ତ ରାଉତ ପ୍ରମୁଖ କମିଟି ସଭ୍ୟମାନେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।
ସେହିପରି ଧର୍ମଶାଳା ବ୍ଲକର ମଧୁପୁରଗଡ଼ଠାରେ ରାଜଜେମା ଅପର୍ଣ୍ଣା ଧୀରସିଂ ଭରଦ୍ୱାଜ ଛେରାପହଁରା କରିଥିଲାବେଳେ ଚୌଷଠିପଡ଼ା, ବଳରାମପୁରଗଡ଼, କବାଟବନ୍ଧ, ତଳଗଡ଼, ନରସିଂହପୁର, ଭବାନୀପୁର, ଛେଳିଆପଦା, ଅଚ୍ୟୁତପୁର, ସାଥୁଆପାଟଣା, ଦଣ୍ଡାଘାଟି ଓ ରାମପୁର କଇଥା ଆଦି ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଛି। ଧର୍ମଶାଳା ଓ ଜେନାପୁର ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ୯ଦିନ ବ୍ୟାପୀ ଧର୍ମଶାଳା ହାଟପଡ଼ିଆ ମାଉସୀ ମା’ ମନ୍ଦିର ପରିସରରେ ପ୍ରତ୍ୟେହ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି କମିଟି କମିଟି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?