ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବେହେରା, ଶିଶୁ ପ୍ରକଳ୍ପ ଅଧିକାରୀ ସଲୀଳା ପ୍ରଧାନ, ହୁମା ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ ଏବଂ ମଲାଡ଼ ସରପଞ୍ଚ ମମତା ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।

ଏହି ଅବସରରେ ମୁଖ୍ୟ ଅତିଥି ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ୯୪ ଜଣ ସ୍ୱୟଂ ସହାୟକ ମହିଳାଙ୍କୁ ୧ କୋଟି ୫ ଲକ୍ଷ ଟଙ୍କା ଏବଂ ଅନ୍ୟ ୧୧୯ଟି ମହିଳା ଗୋଷ୍ଠୀଙ୍କୁ ୩ କୋଟି ଟଙ୍କା ବ୍ୟାଙ୍କ ଋଣ ସହିତ ଚେକ୍ ପ୍ରଦାନ କରିଥିଲେ। ଏହି ଆର୍ଥିକ ସହାୟତା ଦ୍ୱାରା ମହିଳାମାନେ ଆଗାମୀ ଦିନରେ ଅଧିକ ସଶକ୍ତ ହୋଇପାରିବା ସହ ସ୍ୱାବଲମ୍ବୀ ହୋଇପାରିବେ ବୋଲି ବିଧାୟକ ନିଜ ବକ୍ତବ୍ୟରେ ମତ ପ୍ରକାଶ କରିଥିଲେ।

ଏହି ସମଗ୍ର କାର୍ଯ୍ୟକ୍ରମକୁ ବିପିସି ମିଶନ ଶକ୍ତି ଦିଲ୍ଲୀପ କୁମାର ବେହେରା ଏବଂ ଭାରପ୍ରାପ୍ତ ବ୍ଲକ ପ୍ରୋଜେକ୍ଟ ମ୍ୟାନେଜର ଜଳନ୍ଧର ମହାରଣା ସଫଳ ଭାବେ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତ ପ୍ରତିନିଧି (ପିଆରଆଇ ମେମ୍ବର), ବିଭିନ୍ନ ବିଭାଗୀୟ କର୍ମଚାରୀ ଏବଂ ଏସଏଚଜିର ବହୁସଂଖ୍ୟକ ମହିଳା ସଦସ୍ୟା ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ପୋତାଗଡ଼ ପାଚେରୀ: ପର୍ଯ୍ୟଟକ, ବୁଦ୍ଧିଜୀବୀ ମହଲରେ କ୍ଷୋଭ

ଗଞ୍ଜାମ, ୨୫।୯ (ବିଦ୍ୟାଧର ସାହୁ): ଗତ ୩-୪ ଦିନ ଧରି ଲଗାଣ ବର୍ଷା ସାଙ୍ଗକୁ ପ୍ରବଳ ପବନ ବହିବା ଫଳରେ ଗଞ୍ଜାମ ସହରରେ ଅବସ୍ଥିତ ଐତିହାସିକ ପୋତାଗଡ଼…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?