Posted inଜାତୀୟ

କୋଭିଡ୍‌ ଆରୋଗ୍ୟ ବଟିକା ନାମରେ ବିଷ ବଟିକା ଖାଇ ପରିବାରର ୩ ମୃତ

ଚେନ୍ନାଇ,୨୮।୬: କୋଭିଡ୍‌ ଆରୋଗ୍ୟ ବଟିକା ନାମରେ ବିଷ ବଟିକା ଖାଇ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଘଟଣା ଘଟିଛି ତାମିଲନାଡୁର ଇରୋଡରେ । ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଆର୍‌.କଲ୍ୟାଣସୁନ୍ଦରମ୍‌ ଏବଂ ସାବରି।

ପୋଲିସ ସୂଚନା ମୁତାବକ, ଇରୋଡର ସ୍ଥିତ କୀଜଭାନି ଗ୍ରାମର ଆର୍‌.କଲ୍ୟାଣସୁନ୍ଦରମ୍‌ ନାମକ ଜଣେ ବ୍ୟକ୍ତି ସ୍ଥାନୀୟ କରୁଙ୍ଗୁଣ୍ଡାନଭାଲାସୁ ଗ୍ରାମର କରପୁପାନ କାଉଣ୍ଡରଙ୍କ ନିକଟରୁ କିଛି ମାସ ତଳେ ୧୫ ଲକ୍ଷ ଟଙ୍କା ଧାର ନେଇଥିଲା । ହେଲେ ପରବର୍ତ୍ତୀ ସମୟରେ ଆର୍‌.କଲ୍ୟାଣସୁନ୍ଦରମ୍‌ ଟଙ୍କା ଫେରସ୍ତ କରିବାକୁ ଅସମର୍ଥ ହୋଇଥିଲେ। ଏନେଇ ସେମାନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା।

ଏଥିରେ ପ୍ରତିଶୋଧ ପରାୟଣ ହୋଇ କଲ୍ୟାଣସୁନ୍ଦରମ ଏକ ଯୋଜନା ପ୍ରସ୍ତୁତ କରିଥିଲେ। ଏପରି କି କରପୁପାନଙ୍କ ପରିବାରକୁ ଶେଷ କରିବାକୁ ନିଷ୍ପତ୍ତି ନେଇଥିଲେ। ଏନେଇ ସେ ସାବରି ନାମକ ଜଣେ ଯୁବକଙ୍କ ସହାୟତା ନେଇଥିଲେ। ସାବରି ସ୍ବାସ୍ଥ୍ୟକର୍ମୀ ଭାବେ ନିଜକୁ ପରିଚୟ ଦେଇ କୋଭିଡ୍‌ ଆରୋଗ୍ୟ ବଟିକା ଦେବାପାଇ କରପୁପାନଙ୍କ ଘରେ ପହଞ୍ଚିଥିଲେ। ପରେ ସେ କରପୁପାନଙ୍କ ପରିବାର ୪ଜଣଙ୍କୁ ବଟିକା ଦେଇଥିଲେ।

ବଟିକା ଖାଇବା ପରେ କରପୁପାନ, ତାଙ୍କର ସ୍ତ୍ରୀ ମଲ୍ଲିକା, ଝିଅ ଦୀପା ଓ ପରିବାର ସହାୟିକା କୁପାଲ ଗୁରୁତର ହୋଇପଡ଼ିଥିଲେ। ପରବର୍ତ୍ତୀ ସମୟରେ ବିଷ କ୍ରିୟାରେ ମଲ୍ଲିକା, ଦୀପା ଓ କୁପଲଙ୍କ ମୃତ୍ୟୁ ଘଟିଥିବା ବେଳେ କାରୁପାନ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।

ଅଭିଯୋଗକୁ ଭିତ୍ତି କରି ପୋଲିସ ତଦନ୍ତ ପରେ ଅଭିଯୁକ୍ତ କଲ୍ୟାଣସୁନ୍ଦରମ ଓ ସାବରିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ୍‌ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?