ବିଜେଡିରୁ ଇସ୍ତଫା ଦେଲେ ୩ ଅସନ୍ତୁଷ୍ଟ ନେତା

କୋଟପାଡ଼,୧୩।୩(ଡି.ଏନ.ଏ.): କୋରପୁଟ ଜିଲା କୋଟପାଡ଼ ବିଜେଡିରେ ଦଳୀୟ ଅସନ୍ତୋଷ ଲାଗି ରହିଛି। ଫଳରେ ଦଳର ୩ ପୁରୁଖା ନେତା ପଙ୍କଜ ପାତ୍ର, ଈଶ୍ୱର ମହାନ୍ତି, ରଞ୍ଜିତ ପାତ୍ର ଶନିବାର ବିଜେଡିରୁ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେମାନେ ନିଜ ଇସ୍ତଫାପତ୍ର କୋରପୁଟ ଜିଲା ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀଙ୍କ ନିକଟକୁ ପଠାଇଥିବା ଜଣାପଡ଼ିଛି। ବରିଷ୍ଠ ଆଇନଜୀବୀ ତଥା ଦୁଇଥର କାଉନସିଲର ହେଇଥିବା ପଙ୍କଜ ପାତ୍ରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ପଡ଼ିଥିଲା। ତାଙ୍କ ପରିବାରର ସମସ୍ତ ସଦସ୍ୟଙ୍କ ନାମ ମଧ୍ୟ ତାଲିକାରୁ ବାଦ୍‌ ପଡ଼ିଛି। ଫଳରେ ସେ ନିର୍ବାଚନରେ ନାମାଙ୍କନପତ୍ର ଦାଖଲ କରିପାରି ନ ଥିଲେ। ଏହା ତାଙ୍କ ପ୍ରତି ଏକ ଷଡ଼ଯନ୍ତ୍ର ବୋଲି ପାତ୍ର କହିଛନ୍ତି। ସୂଚନାଯୋଗ୍ୟ, ଚଳିତ ପୌର ନିର୍ବାଚନରେ ଅନେକ ଆଶାୟୀ ପ୍ରାର୍ଥୀ ଦଳୀୟ ଟିକେଟ ପାଇବାକୁ ଆଶା ରଖିଥିଲେ। ସେମାନେ ଟିକେଟ ନ ପାଇବାରୁ ସ୍ବାଧୀନ ପ୍ରାର୍ଥୀ ରୂପେ ନିର୍ବାଚନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri