ବିଜେଡିରୁ ଇସ୍ତଫା ଦେଲେ ୩ ଅସନ୍ତୁଷ୍ଟ ନେତା

କୋଟପାଡ଼,୧୩।୩(ଡି.ଏନ.ଏ.): କୋରପୁଟ ଜିଲା କୋଟପାଡ଼ ବିଜେଡିରେ ଦଳୀୟ ଅସନ୍ତୋଷ ଲାଗି ରହିଛି। ଫଳରେ ଦଳର ୩ ପୁରୁଖା ନେତା ପଙ୍କଜ ପାତ୍ର, ଈଶ୍ୱର ମହାନ୍ତି, ରଞ୍ଜିତ ପାତ୍ର ଶନିବାର ବିଜେଡିରୁ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେମାନେ ନିଜ ଇସ୍ତଫାପତ୍ର କୋରପୁଟ ଜିଲା ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀଙ୍କ ନିକଟକୁ ପଠାଇଥିବା ଜଣାପଡ଼ିଛି। ବରିଷ୍ଠ ଆଇନଜୀବୀ ତଥା ଦୁଇଥର କାଉନସିଲର ହେଇଥିବା ପଙ୍କଜ ପାତ୍ରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ପଡ଼ିଥିଲା। ତାଙ୍କ ପରିବାରର ସମସ୍ତ ସଦସ୍ୟଙ୍କ ନାମ ମଧ୍ୟ ତାଲିକାରୁ ବାଦ୍‌ ପଡ଼ିଛି। ଫଳରେ ସେ ନିର୍ବାଚନରେ ନାମାଙ୍କନପତ୍ର ଦାଖଲ କରିପାରି ନ ଥିଲେ। ଏହା ତାଙ୍କ ପ୍ରତି ଏକ ଷଡ଼ଯନ୍ତ୍ର ବୋଲି ପାତ୍ର କହିଛନ୍ତି। ସୂଚନାଯୋଗ୍ୟ, ଚଳିତ ପୌର ନିର୍ବାଚନରେ ଅନେକ ଆଶାୟୀ ପ୍ରାର୍ଥୀ ଦଳୀୟ ଟିକେଟ ପାଇବାକୁ ଆଶା ରଖିଥିଲେ। ସେମାନେ ଟିକେଟ ନ ପାଇବାରୁ ସ୍ବାଧୀନ ପ୍ରାର୍ଥୀ ରୂପେ ନିର୍ବାଚନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ...

ଦୀର୍ଘବର୍ଷ ପରେ ପୂଜା ପାଇବେ ପ୍ରଭୁ ରଘୁନାଥଜୀଉ, ମାଳିପୁଟ ଉତ୍ସବମୁଖର

ପଟାଙ୍ଗି,୨୨ା୪(ଶରତ ଧଳ): ଦୀର୍ଘବର୍ଷ ଧରି ଗ୍ରାମବାସୀଙ୍କ ଶ୍ରମଦାନ ଓ ଜଣେ ବ୍ୟକ୍ତିଙ୍କ ସ୍ବେଚ୍ଛାକୃତ ଅର୍ଥଦାନରେ ଗଢ଼ି ଉଠିଥିବା ମନ୍ଦିର ପ୍ରତିଷ୍ଠା କରି ସମସ୍ତଙ୍କ ପାଇଁ ଉଦାହରଣ...

ସପ୍ତଗିରିଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଲେ ସ୍ତ୍ରୀ

କୋରାପୁଟ,୨୧।୪(ଅମିତାଭ ବେହେରା): ଚଳିତ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ସପ୍ତଗିରି ଉଲାକାଙ୍କୁ ପ୍ରାର୍ଥୀଭାବେ ରିପିଟ କରାଯାଇଛି। ବର୍ତ୍ତମାନ ସପ୍ତଗିରି...

ପାହାଡ଼ ଜଙ୍ଗଲରେ ନିଆଁ

ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା...

ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ

ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍‌ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri