ବୁଲୁଛନ୍ତି ୩ ଟିକିଆ ହାତୀ ପଲ: ସୁରକ୍ଷା ପାଇଁ ବିଦ୍ୟୁତ୍‌ କାଟିଲା ବନ ବିଭାଗ

ରାୟଗଡ଼ା,୨୯।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବନଖଣ୍ଡ ଅନ୍ତର୍ଗତ ରାୟଗଡ଼ା ବନାଞ୍ଚଳର କୁମୁଟିପେଣ୍ଠ ସେକ୍ସନ ଅଧୀନ ସୁରି ପଞ୍ଚାୟତର ଫକିରୀ ଗ୍ରାମ ନିକଟସ୍ଥ କୁମ୍ବେଇଗୁଡା ଜଙ୍ଗଲରେ ରବିବାର ଏକ ୩ ଟିକିଆ ହାତୀପଲ ବୁଲୁଥିବା ଦେଖିବାକୁ ମିଳିଛି। ଏନେଇ ଉକ୍ତ ପଞ୍ଚାୟତର ପୋଙ୍ଗିଲି, ସୁରି, ଫକିରୀ, କୁମ୍ବେଇଗୁଡ଼ା, ତୋଟାଗୁଡା ଏବଂ ଖମାସିଙ୍ଗ ଗ୍ରାମ ସମେତ ବଡଖିଲାପଦର ପଞ୍ଚାୟତର ଆରବି, ଖରଗଡ଼ି, ସାନ ଓ ବଡ ଗୁମୁଡା ଆଦି ଗ୍ରାମରେ ରବିବାର ସା ସାଢେ ୭ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ବନ ବିଭାଗ ପକ୍ଷରୁ ବିଦ୍ୟୁତ୍‌ ବିଭାଗ ସହାୟତାରେ ବିଦ୍ୟୁତ୍‌ କାଟ କରାଯାଇଛି।

ଏ ନେଇ କୁମ୍ଭୀକୋଟା ସେକ୍ସନ ବନପାଳଙ୍କଠାରୁ ମିଳିଥିବା ସୂଚନା ମୁତାବକ, ୩ଟିକିଆ ହାତୀ ପଲରେ ଗୋଟିଏ ଦନ୍ତା, ଗୋଟିଏ ମାଈ ହାତୀ ଏବଂ ଗୋଟିଏ ଛୁଆ ହାତୀ ରହିଛି । ଉକ୍ତ ହାତୀ ପଲ ବିଷମକଟକ ସେକ୍ସନର ବୁଲୁଥିବା ସମୟରେ ଶନିବାର ଥେରୁବାଲି କୁମ୍ଭାରଢାମୁଣି ଜଙ୍ଗଲରୁ କୁମୁଟିପେଣ୍ଠ ସେକ୍ସନ ଦେଇ ରବିବାର ଖରଗଡ଼ି- ଫକିରୀ ମଝିରେ ଥିବା କୁମ୍ବେଇଗୁଡା ନିକଟରେ ଥିବା ଜଙ୍ଗଲକୁ ଯାଇଥିବା ବନ ବିଭାଗ ପକ୍ଷରୁ ଟ୍ରାକ କରାଯାଇଛି।

ହାତୀ ପଲର ପାଦ ଚିହ୍ନ ବନ ବିଭାଗ ଦେଖିବାକୁ ପାଇଥିବା ବେଳେ ହାତୀ ବୁଲୁଥିବା ଗ୍ରାମାଞ୍ଚଳରେ ବନବିଭାଗ ପକ୍ଷରୁ ଗ୍ରାମବାସୀଙ୍କୁ ଘରୁ ନ ବାହାରିବା ପାଇଁ ସଚେତନ କରାଯାଉଥିବା ବନପାଳ ପ୍ରଦ୍ୟୁମ୍ନ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri