ବୁଲୁଛନ୍ତି ୩ ଟିକିଆ ହାତୀ ପଲ: ସୁରକ୍ଷା ପାଇଁ ବିଦ୍ୟୁତ୍‌ କାଟିଲା ବନ ବିଭାଗ

ରାୟଗଡ଼ା,୨୯।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବନଖଣ୍ଡ ଅନ୍ତର୍ଗତ ରାୟଗଡ଼ା ବନାଞ୍ଚଳର କୁମୁଟିପେଣ୍ଠ ସେକ୍ସନ ଅଧୀନ ସୁରି ପଞ୍ଚାୟତର ଫକିରୀ ଗ୍ରାମ ନିକଟସ୍ଥ କୁମ୍ବେଇଗୁଡା ଜଙ୍ଗଲରେ ରବିବାର ଏକ ୩ ଟିକିଆ ହାତୀପଲ ବୁଲୁଥିବା ଦେଖିବାକୁ ମିଳିଛି। ଏନେଇ ଉକ୍ତ ପଞ୍ଚାୟତର ପୋଙ୍ଗିଲି, ସୁରି, ଫକିରୀ, କୁମ୍ବେଇଗୁଡ଼ା, ତୋଟାଗୁଡା ଏବଂ ଖମାସିଙ୍ଗ ଗ୍ରାମ ସମେତ ବଡଖିଲାପଦର ପଞ୍ଚାୟତର ଆରବି, ଖରଗଡ଼ି, ସାନ ଓ ବଡ ଗୁମୁଡା ଆଦି ଗ୍ରାମରେ ରବିବାର ସା ସାଢେ ୭ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ବନ ବିଭାଗ ପକ୍ଷରୁ ବିଦ୍ୟୁତ୍‌ ବିଭାଗ ସହାୟତାରେ ବିଦ୍ୟୁତ୍‌ କାଟ କରାଯାଇଛି।

ଏ ନେଇ କୁମ୍ଭୀକୋଟା ସେକ୍ସନ ବନପାଳଙ୍କଠାରୁ ମିଳିଥିବା ସୂଚନା ମୁତାବକ, ୩ଟିକିଆ ହାତୀ ପଲରେ ଗୋଟିଏ ଦନ୍ତା, ଗୋଟିଏ ମାଈ ହାତୀ ଏବଂ ଗୋଟିଏ ଛୁଆ ହାତୀ ରହିଛି । ଉକ୍ତ ହାତୀ ପଲ ବିଷମକଟକ ସେକ୍ସନର ବୁଲୁଥିବା ସମୟରେ ଶନିବାର ଥେରୁବାଲି କୁମ୍ଭାରଢାମୁଣି ଜଙ୍ଗଲରୁ କୁମୁଟିପେଣ୍ଠ ସେକ୍ସନ ଦେଇ ରବିବାର ଖରଗଡ଼ି- ଫକିରୀ ମଝିରେ ଥିବା କୁମ୍ବେଇଗୁଡା ନିକଟରେ ଥିବା ଜଙ୍ଗଲକୁ ଯାଇଥିବା ବନ ବିଭାଗ ପକ୍ଷରୁ ଟ୍ରାକ କରାଯାଇଛି।

ହାତୀ ପଲର ପାଦ ଚିହ୍ନ ବନ ବିଭାଗ ଦେଖିବାକୁ ପାଇଥିବା ବେଳେ ହାତୀ ବୁଲୁଥିବା ଗ୍ରାମାଞ୍ଚଳରେ ବନବିଭାଗ ପକ୍ଷରୁ ଗ୍ରାମବାସୀଙ୍କୁ ଘରୁ ନ ବାହାରିବା ପାଇଁ ସଚେତନ କରାଯାଉଥିବା ବନପାଳ ପ୍ରଦ୍ୟୁମ୍ନ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri