ବିଧାନସଭା ଆଗରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା ଓ ମା’ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଶୁକ୍ରବାର ଆଉଏକ ଘଟଣା ଘଟିଛି। ଅଧିବେଶନ ଚାଲିଥିବା ସମୟରେ ୩ଜଣ ଚାଷୀ ବିଧାନସଭା ମୁଖ୍ୟ ଗେଟ୍‌ ନିକଟରେ ପହଞ୍ଚତ୍ ଋଣ ଜାଲିଆତିର ନ୍ୟାୟ ଦାବି କରିଥିଲେ। ସମବାୟ ବ୍ୟାଙ୍କରୁ ଋଣ ନେଇ ନ ଥିଲେ ମଧ୍ୟ ସେମାନଙ୍କ ଖାତାରୁ ଲକ୍ଷାଧିକ ଟଙ୍କାର ଋଣ ଉଠା ଯାଇଛି। ଏନେଇ କାର୍ଯ୍ୟାଳୟରୁ କାର୍ଯ୍ୟାଳୟ ବୁଲି ଚପଲ ଛିଡି ଗଲାଣି, ହେଲେ
ପ୍ରଶାସନ ପକ୍ଷରୁ କୌଣସି ସମାଧାନ କରାଯାଉନାହିଁ। ଆମେ ଗରିବ ଲୋକ, କେମିତି ୩ ରୁ ୪ଲକ୍ଷ ଟଙ୍କା ଶୁଝିବୁ। ଆପଣଙ୍କ ଗୋଡ଼ ଧରୁଛୁ ଆମକୁ ମରିବାକୁ ଦିଅ। କାନ୍ଦି କାନ୍ଦି ଏମିତି କହୁଥିବା ସମୟରେ ସେମାନେ ଦେହରେ କିରୋସିନ ଢାଳି ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ତେବେ ସେଠାରେ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ ସେମାନଙ୍କୁ କାବୁ କରିଥିଲା।
ସମସ୍ତଙ୍କ ଘର କଟକ ଜିଲା ଆଠଗଡ଼ ଅଞ୍ଚଳରେ। ଏମାନଙ୍କ ସହ ଶତାଧିକ ଚାଷୀ କଟକ କେନ୍ଦ୍ର ସମବାୟ ବ୍ୟାଙ୍କର ଆଠଗଡ଼ ଶାଖାରେ ହୋଇଥିବା ଋଣ ଜାଲିଆତିର ଶିକାର ହୋଇଥିଲେ। ଚାଷୀମାନେ ଋଣ କରି ନ ଥିଲେ ମଧ୍ୟ ତାଙ୍କ ନାଁରେ ଜାଲିଆତି କରାଯାଇ ଋଣ ଉଠାଯାଇଛି। କେତେଜଣ ଚାଷୀ ଅଳ୍ପ କିଛି ଟଙ୍କା ଋଣ ନେଇଥିବାବେଳେ ଲକ୍ଷାଧିକ ଟଙ୍କାର ଋଣ ବୋଝ ଲଦି ଦିଆଯାଇଛି। ଏନେଇ ଚାଷୀମାନେ ଦୀର୍ଘଦିନ ହେବ ଆନ୍ଦୋଳନ କରି ଆସୁଛନ୍ତି। ପୂର୍ବରୁ କଟକ ଜିଲାପାଳଙ୍କୁ ଅଭିଯୋଗ କରିଥିବାବେଳେ ବୁଧବାର ସମବାୟ ବ୍ୟାଙ୍କ ସାମ୍ନାରେ ହଳ, ଲଙ୍ଗଳ, ଧାନ କେଣ୍ଡା ଧରି ଧାରଣା ଦେଇଥିଲେ। ତେବେ ଶୁକ୍ରବାର ବିଧାନସଭା ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିବା ସମୟରେ ୩ଜଣ ଚାଷୀ ଆଠଗଡ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ତାଙ୍କ ଭାଇ ବୀରେନ୍ଦ୍ରଙ୍କ ନାମରେ ଅଭିଯୋଗ ଆଣିଛନ୍ତି। ବୀରେନ୍ଦ୍ର କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଥିବା ସମୟରେ କୋଟି କୋଟି ଟଙ୍କାର ଋଣ ଜାଲିଆତି କରିଥିବା ନେଇ ସେମାନେ କହିଛନ୍ତି। ତେବେ ଏ ସମ୍ପର୍କରେ ମନ୍ତ୍ରୀ ସ୍ବାଇଁଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କର ପ୍ରତିକ୍ରିୟା ମିଳିପାରିନି। ମିଳିଥିବା ସୂଚନାନୁସାରେ, ପୂର୍ବରୁ ଏହି ଜାଲିଆତି ମାମଲାରେ ୯ଜଣଙ୍କୁ ନିଲମ୍ବିତ କରାଯାଇଥିବାବେଳେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri