ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ ବିସ୍ଫୋରଣ ହେବାପରେ ଅଗ୍ନିକାଣ୍ଡ ଘଟିଛି । ହେଲେ ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଜାଗିଲି ନାଇକଙ୍କ ପରିବାର ଲୋକେ ।

ଅଗ୍ନିକାଣ୍ଡରେ ସୁଗ୍ରୀବ ନାଇକ, ସୁଶୀଳା ନାଇକ ପ୍ରମୁଖ ୩ ପରିବାରର ଚାଳ ଛପର ଘର ଜଳି ଯାଇଛି । ଜାଗିଲିଙ୍କ ଘରେ ତାଙ୍କ ସ୍ତ୍ରୀ ରୋଷେଇ କରୁଥିବା ବେଳେ ଗ୍ଯାସ ସିଲିଣ୍ଡର ପାଇପ ଫାଟି ଗ୍ୟାସ ଲିକ୍ ହେଉଥିଲା। ହେଲେ ସେ ଜାଣିନପାରି ଲାଇଟର ଜଳାଇବା ମାତ୍ରେ ହଠାତ୍ ପୁରା ଘରକୁ ନିଆଁ ବ୍ୟାପି  ଯାଇଥିଲା। ପରେ ସିଲିଣ୍ଡରଟି ବିସ୍ଫୋରଣ ଘଟିଥିଲା। ଏହାସହ ପଡୋଶୀ ଦୁଇଘରକୁ ନିଆଁ ବ୍ୟାପୀ ଯାଇଥିଲା। ଖବରପାଇ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏହି ଅଗ୍ନିକାଣ୍ଡରେ ଜାଗିଲିଙ୍କ ସମେତ ୩ ପରିବାରର ସମସ୍ତ ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନି ବିପନ୍ନ ପରିବାରଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହୋଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବର ପଞ୍ଚମ ବିଜୟ

ମୁଲାନପୁର,୧୯ା୪: ପ୍ରିୟାଂଶ ଆର୍ଯ୍ୟ ଓ କୁପର କନୋଲୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ…

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ଆମେରିକାର ଲୁଇସିଆନାରେ ହୃଦୟ ବିଦାରକ ଘଟଣା, ୮ ଛୁଆଙ୍କୁ ହତ୍ୟା

ଓ୍ବାଶିଂଟନ,୧୯ା୪: ଆମେରିକାର ଲୁଇସିଆନାରେ ଘରୋଇ ହିଂସା ସହିତ ଜଡିତ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣାରେ ଅତି କମରେ ଆଠ ଜଣ ପିଲାଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

କବିସୂର୍ଯ୍ୟଙ୍କ ଶ୍ରାଦ୍ଧତ୍ସୋବ ପାଳନ ପାଇଁ ପ୍ରସ୍ତୁତି ଚୂଡାନ୍ତ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଓଡ଼ିଆ ସାହିତ୍ୟାକାଶର ଉଜ୍ଜଳତମ ନକ୍ଷତ୍ର କବିସୂର୍ଯ୍ୟ ବଳଦେବ ରଥ ବୈଶାଖ ମାସ ଅକ୍ଷୟ ତୃତୀୟା ତିଥିରେ ମୃତ୍ୟୁବରଣ କରିଥିଲେ। ପବିତ୍ର ଜନ୍ମମାଟି ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri