ବାର୍‌ହା ଆକ୍ରମଣରେ ୩ ଆହତ, ଜଣେ ଗୁରୁତର

ମହାକାଳପଡ଼ା,୨୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ଗ୍ରାମରେ ଜଙ୍ଗଲି ଦନ୍ତା ବାର୍‌ହା ଆକ୍ରମଣରେ ୩ ଜଣ ଆହତ ହୋଇ ମେଡିକାଲ ଚିକିତ୍ସିତ ହେଉଛନ୍ତି। ଖବର ପାଇ ବନବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ବାର୍‌ହା ଆକ୍ରମଣରେ ପରିବାରକୁ ଭେଟିଛନ୍ତି।

ମିଳିଥିବା ସୂଚନାନୁଯାୟୀ, ଜମ୍ବୁ ଗ୍ରାମର ସିଦ୍ଧାର୍ଥ ମିର୍ଦ୍ଧା (୩୫), ରବିନ ମିର୍ଦ୍ଧା (୩୨) ଓ ଆଶାଲତା ମିର୍ଦ୍ଧା ୫୦କୁ ଘର ସମ୍ମୁଖରେ ଥିବାବେଳେ ଜଙ୍ଗଲରୁ ବାହାରି ଆକ୍ରମଣ କରିଥିଲା ବୋଲି କୁହାଯାଇଛି। ସିଦ୍ଧାର୍ଥଙ୍କ ବେକରେ ଗଭୀର କ୍ଷତ ହୋଇଛି। ପ୍ରଚୁର ପରିମାଣରେ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଛି। ଗୁରୁତର ଅବସ୍ଥାରେ ପ୍ରଥମେ କେନ୍ଦ୍ରାପଡ଼ା ଓ ପରେ ଅବସ୍ଥା ସଙ୍କଟାପନ୍ନ ଯୋଗୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତେବେ ଏହି ଦୁଇ ଆହତ କେନ୍ଦ୍ରାପଡ଼ାରେ ଚିକିତ୍ସିତ ହେଉଥିବା ଖବର ମିଳିଛି। ସ୍ଥାନୀୟ ରେଞ୍ଜରଙ୍କ ନିର୍ଦ୍ଦେଶରେ ବନବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ସହିତ ଆଲୋଚନା କରିଛନ୍ତି। ଅପରପକ୍ଷରେ ବାର୍‌ହା ଶିକାରୀମାନେ ଫାଶ ବସାଇ ଥିବା ନେଇ ଆଲୋଚନା ଜୋର୍‌ ଧରିଛି।
ଏ ସଂକ୍ରାନ୍ତରେ ରେଞ୍ଜର ଶାନ୍ତନୁ କୁମାର ଦଳାଇଙ୍କ ମତାମତ ନେବାରେ ବିଭାଗୀୟ କରଚାରୀଙ୍କ ରିପୋର୍ଟ ଆଧାରରେ ପୀଡ଼ିତମାନଙ୍କୁ ଆଇନ ଅନୁସାରେ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri