ହାତ ଛାଡ଼ି ଶଙ୍ଖ ଧରିଲେ କୋରାପୁଟର ୩ ଟାଣୁଆ ନେତା

ଭୁବନେଶ୍ୱର,୧।୨(ବ୍ୟୁରୋ): କୋରାପୁଟ ଜିଲାର ୩ ଟାଣୁଆ ନେତା ବିଜୁ ଜନତା ଦଳ(ବିଜେଡି)ରେ ମିଶିଛନ୍ତି। ସେମାନେ କୋରାପୁଟ ଓ ମାଲକାନଗିରି ଜିଲା ବିଜେଡି ପର୍ଯ୍ୟବେକ୍ଷକ ଚନ୍ଦ୍ରସାରଥି ବେହେରା ଏବଂ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ଜୟପୁର ନିର୍ବାଚନମଣ୍ଡଳୀର ୨୦୦୯ କଂଗ୍ରେସ ବିଧାୟକ ପ୍ରାର୍ଥୀ ନାଗରାଜ ଦୋରା, ବୋରିଗୁମ୍ମା ବ୍ଲକ କଂଗ୍ରେସ କମିଟିର ପୂର୍ବତନ ଉପସଭାପତି ନିରଞ୍ଜନ ପ୍ରଧାନ ଓ ବୋରିଗୁମ୍ମା ଛାତ୍ର କଂଗ୍ରେସର ପୂର୍ବତନ ସଭାପତି ସୁବାସ ଚନ୍ଦ୍ର ନାୟକ ଶଙ୍ଖ ଧରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଏମାନେ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି। ଏଥିସହ ଜିଲାରେ ବିଜେଡି କେମିତି ଅଧିକ ମଜବୁତ ହେବ, ସେ ନେଇ କାମ କରିବେ ବୋଲି ଏହି ୩ ନେତା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri