Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ: କୁଖ୍ୟାତ ମାଓବାଦୀ ଉପରେ ଥିଲା ୧୦ଲକ୍ଷ ଟଙ୍କା ପୁରସ୍କାର

ଗୟା,୨୨।୧୧: ବିହାର ଗୟା ଜିଲାର ବାରାଚଟି ଅନ୍ତର୍ଗତ ଏକ ଜଙ୍ଗଲରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟର ୩ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ମୃତ ୩ ମାଓବାଦୀଙ୍କ ମଧ୍ୟରେ ଜଣେ କୁଖ୍ୟାତ ମାଓବାଦୀ ଜୋନାଲ କମାଣ୍ଡର ଆଲୋକ ଯାଦବ ମଧ୍ୟ ସାମିଲ ଥିବା ଜଣାପଡ଼ିଛି। ତାଙ୍କ ନାଁରେ ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତି ଏବଂ ରବିବାର ସକାଳେ ଉକ୍ତ ଜଙ୍ଗଲରେ ପୋଲିସ ଓ ୨୦୫ କୋବ୍ରା ବାଟାଲିୟନ ଟିମ୍‌ ମିଶି ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଏହାପରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ପୋଲିସର ଗୁଳିରେ ୩ ମାଓବାଦୀ ଟଳିପଡ଼ିଥିବା ବେଳେ ଘଟଣାସ୍ଥଳରୁ ଏକେ-୪୭ ଓ ରାଇଫଲ ସହ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏବେ ବି ଉକ୍ତ ସ୍ଥାନରେ ସର୍ଚ୍ଚ ଅପରେସନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri