ପାରିବାରିକ କଳହର କରୁଣ ପରିଣତି, ଗୋଟିଏ ପରିବାରର ୩ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆନନ୍ଦପୁୁର/ହାଟଡିହି,୨୫।୧(ସୁଶାନ୍ତ କୁମାର ସାହୁ/ ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ଖାଳିଆମେଣ୍ଟା ପଞ୍ଚାୟତ ଅଧୀନ ନିଆଳିଝରଣ ଗ୍ରାମରେ ଜମିବାଡ଼ି ବିବାଦରୁ ରବିବାର ସନ୍ଧ୍ୟାରେ ଟ୍ରିପଲ ମର୍ଡର ହୋଇଛି। ପାରିବାରିକ କଳହକୁ କେନ୍ଦ୍ର କରି ସାନ ଭାଇ, ଭାଇ ବୋହୂ ଓ ଝିଆରୀଙ୍କୁ ହାଣି ହତ୍ୟା କରାଯାଇଛି। ମୃତକମାନେ ହେଲେ ଜିତେନ୍ଦ୍ର ସୋରେନ (୪୫), ଜିତେନ୍ଦ୍ରଙ୍କ ସ୍ତ୍ରୀ ମାଳତୀ ସୋରେନ (୩୫) ଓ ତାଙ୍କ ଝିଅ ସସ୍ମିତା ସୋରେନ(୧୫)। ଘଟଣାରେ ଜିତେନ୍ଦ୍ରଙ୍କ ବଡ଼ ଭାଇ ତଥା ମୁଖ୍ୟ ଅଭିଯୁକ୍ତ ଲକ୍ଷ୍ମଣ ସୋରେନଙ୍କୁ ପୋଲିସ ଅଟକ ରଖି ତଦନ୍ତ କରୁଛି। ଅନ୍ୟ ୨ ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି ।
ପୋଲିସ ସୂଚନା ଅନୁଯାୟୀ, ମୁଖ୍ୟ ଅଭିଯୁକ୍ତ ଲକ୍ଷ୍ମଣ ସୋରେନ ଓ ସାନ ଭାଇ ଜିତେନ୍ଦ୍ରଙ୍କ ପରିବାର ମଧ୍ୟରେ ଜମିବାଡ଼ି ବିବାଦକୁ ନେଇ ଦୀର୍ଘଦିନ ଧରି କହଳ ଲାଗି ରହିଥିଲା। ଅନେକ ସମୟରେ ୨ ପରିବାର ମଧ୍ୟରେ ମାରପିଟ୍‌ ହେବା ସହ ପରବର୍ତ୍ତୀ ସମୟରେ ଭଦ୍ରଲୋକଙ୍କ ହସ୍ତକ୍ଷେପ ପରେ ସମାଧାନ ହୋଇଛି। ରବିବାର ସନ୍ଧ୍ୟା ୭ଟାରେ ପୂର୍ବ ଘଟଣାକୁ ନେଇ ୨ ପରିବାର ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଜିତେନ୍ଦ୍ରଙ୍କ ବଡ଼ ଭାଇ ଲକ୍ଷ୍ମଣ, ଅନ୍ୟଜଣେ ଭାଇ ବୈଦ୍ୟନାଥ ସୋରେନ ଓ ତାଙ୍କ ପୁତୁରା ତଥା ବୈଦ୍ୟନାଥ ପୁଅ ମିଳିତ ଭାବେ ଜିତେନ୍ଦ୍ର, ମାଳତୀ ଏବଂ ସସ୍ମିତାଙ୍କୁୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ଜିତେନ୍ଦ୍ରଙ୍କ ଅନ୍ୟ ୨ ଝିଅ ପ୍ରାଣ ବଞ୍ଚାଇ ଦୌଡ଼ି ପଳାଇବାରୁ ସେମାନଙ୍କ ଜୀବନ ବଞ୍ଚତ୍ୟାଇଛି। ଘଷିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ କରିବା ସହ ଲକ୍ଷ୍ମଣଙ୍କୁ ଅଟକ ରଖି ତଦନ୍ତ ଚାଲିଥିବା ଡିଏସ୍‌ପି କମଳ ପଣ୍ଡା ସୂଚନା ଦେଇଛନ୍ତି। ଜମିବାଡ଼ି ବିବାଦରୁ ଏପରି ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ସେ କହିଛନ୍ତି। ଘଟଣା ସ୍ଥଳରେ ଆନନ୍ଦପୁର ଓ ଘଷିପୁରା ଥାନା ଅଧିକାରୀ ତଦନ୍ତ କରୁଥିବାବେଳେ ସୋମବାର ମୃତଦେହକୁ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ କହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…

ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର…

IPL 2026 ପୂର୍ବରୁ ‘ଫିକ୍ସିଂ’କୁ ନେଇ କ୍ରିକେଟ ଜଗତରେ ଆଲୋଡ଼ନ,ପୂର୍ବତନ KKR ଖେଳାଳିଙ୍କୁ ନିଲମ୍ବିତ କଲା ICC

ନୂଆଦିଲ୍ଲୀ,୧୨।୩: IPL 2026 ଆରମ୍ଭ ହେବା ପୂର୍ବରୁ, କ୍ରିକେଟ ଜଗତ ‘ଫିକ୍ସିଂ’ ଅଭିଯୋଗରେ ଦୋହଲିଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) କୋଲକାତା ନାଇଟ ରାଇଡର୍ସ (KKR) ପାଇଁ…

ମିଳିଲାନି ସୁଭଦ୍ରା ଟଙ୍କା: ବିଡ଼ିଓଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ମହିଳା

ଗୁଡାରି,୧୨।୩ (ପ୍ରମୋଦ କୁମାର ପତି): ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଯୋଗ୍ୟ ମହିଳାଙ୍କୁ ମହିଳା ଦିବସ ଅବସରରେ ଚତୁର୍ଥ କିସ୍ତି ଟଙ୍କା ମିଳିଛି। କିନ୍ତୁ ରାୟଗଡା ଜିଲା…

କାର୍‌ ନେଲା ଜୀବନ

ପାତ୍ରପୁର,୧୨ା୩(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ସୁରଙ୍ଗୀଠାରେ ଏକ କାର୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ସୁରଙ୍ଗୀ ଗ୍ରାମର ଅଭିମନ୍ୟୁ…

ଗ୍ୟାସ କଳାବଜାରୀ କରୁଥିବା ବ୍ୟକ୍ତିଙ୍କୁ ମିଳିବ ସିଧାସଳଖ ଏମିତି ଦଣ୍ଡ, ବଡ଼ ଚେତାବନୀ ଦେଲେ ସିଟି SP

ମେରଠ,୧୨।୩: ଗ୍ୟାସ କଳାବଜାରୀରେ ସମ୍ପୃକ୍ତ ଲୋକଙ୍କ ବିରୁଦ୍ଧରେ ତୁରନ୍ତ ମାମଲା ରୁଜୁ କରିବାକୁ ଉତ୍ତର ପ୍ରଦେଶ ମେରଠର ଏସଏସପି ନିର୍ଦ୍ଦେଶ ଦେଇଛନ୍ତି। କଳାବଜାରୀ ସମ୍ପର୍କରେ ସୂଚନା ପାଇବା…

ତଣ୍ଟି କାଟି ମହିଳାଙ୍କୁ ବିଭତ୍ସ ହତ୍ୟା ଘଟଣା, ପ୍ରେମିକାକୁ ହତ୍ୟା ପରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ପ୍ରେମିକ

ବାଲେଶ୍ୱର,୧୨ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅର୍ନ୍ତଗତ ଫକୀରମୋହନ ନଗରରେ ଜଣେ ମହିଳାଙ୍କ ତଣ୍ଟି କାଟି ବିଭତ୍ସ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ପୁରୁଷବନ୍ଧୁ ଜଣକ…

ଜମିବାଡ଼ି ବିବାଦକୁ ନେଇ ହତ୍ୟା ମାମଲା, ୨ ଦୋଷୀଙ୍କୁ ଆଜୀବନ ଜେଲ୍‌

ବଲାଙ୍ଗୀର,୧୨ା୩(ସୁନିଲ କୁମାର ମହାନ୍ତି): ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ ମାମଲାର ରାୟ ଆଜି ପ୍ରକାଶ ପାଇଛି । ଅତିରିକ୍ତ ଜିଲା ଦୌରାଜଜ୍ (ଦ୍ୱିତୀୟ) ଏହି ମାମଲାର ବିଚାର…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପ୍ରଭାବ, କୋରାପୁଟରେ ପେଟ୍ରୋଲ ଆଗରେ ଗ୍ରାହକଙ୍କ ଲମ୍ବା ଧାଡ଼ି

କୋରାପୁଟ,୧୨ା୩( ଅମିତାଭ ବେହେରା ): ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଚାଲୁଥିବା ଯୁଦ୍ଧ ପରିସ୍ଥିତିକୁ ନେଇ ଇନ୍ଧନ ଯୋଗାଣ ଉପରେ ପ୍ରଭାବ ପଡିପାରେ ବୋଲି ଆଶଙ୍କାରେ ରହିଛନ୍ତି ଲୋକେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri