Posted inଖେଳ

ଦକ୍ଷିଣ ଆଫ୍ରିକା ମହିଳା ଦଳରେ ୩ ସଦସ୍ୟ କରୋନା ପଜିଟିଭ୍‌

ଜୋହାନ୍ସବର୍ଗ,୨୫।୭(ପି.ଟି.): ଇଂଲଣ୍ଡ ଗସ୍ତ ପାଇଁ ଟ୍ରେନିଂ କ୍ୟାମ୍ପରେ ଯୋଗ ଦେବାକୁ ଥିବା ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ୩ ଜଣ ସଦସ୍ୟ କରୋନା ପଜିଟିଭ୍‌ ବୋଲି ଜଣାପଡିଛି। ଜଣେ ସପୋର୍ଟ ଷ୍ଟାଫ୍‌ଙ୍କ ସହିତ ୩ ଜଣ ସଦସ୍ୟଙ୍କୁ କ୍ୟାମ୍ପରୁ ପ୍ରତ୍ୟାହାର କରି ନିଆଯାଇଛି ବୋଲି କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ) ତରଫରୁ ସୂଚନା ଦିଆଯାଇଛି। ଜୁଲାଇ ୨୭ ତାରିଖରୁ ପ୍ରିଟୋରିଆରେ ଏହି ପ୍ରଶିକ୍ଷଣ ଶିବିର ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ବର୍ତ୍ତମାନା ଏମାନଙ୍କୁ ୧୦ ଦିନ ପାଇଁ ସେଲ୍ଫ ଆଇସୋଲେଶନରେ ରହିବାକୁ ହେବ ଓ ସେମାନେ ଟ୍ରେନିଂ କ୍ୟାମ୍ପରେ ଯୋଗ ଦେବେନାହିଁ ବୋଲି ସିଏସ୍‌ଏ ସ୍ପଷ୍ଟ କରିଛି। ଏହି ୩ଜଣ ସଦସ୍ୟମାନଙ୍କଠାରେ ସାମାନ୍ୟ ଲକ୍ଷଣ କିମ୍ବା ଆଦୌ କିଛି ଲକ୍ଷଣ ଦେଖାଯାଇନାହିଁ। ତେବେ ମେଡିକାଲ ଟିମ୍‌ ଏମାନଙ୍କ ଉପରେ ତୀକ୍ଷ୍‌ଣ ନଜର ରଖିଛି।
ସିଏସ୍‌ଏ ମେଡିକାଲ କମିଟି ପ୍ରୋଟୋକଲ ଅନୁଯାୟୀ ବାକି ଖେଳାଳିମାନେ ଅଭ୍ୟାସ କରିବେ। ଖେଳାଳି ଓ ସପୋର୍ଟଷ୍ଟାଫ୍‌ଙ୍କୁ ନେଇ ସିଏସ୍‌ଏ ୩୪ଟି ଟେଷ୍ଟ କରିଛି। ଦ୍ୱିତୀୟ ଟ୍ରେନିଂ କ୍ୟାମ୍ପ ପୂର୍ବରୁ ପୂରା ଦଳ ଓ ସପୋର୍ଟଷ୍ଟାଫ୍‌ମାନଙ୍କର ଦ୍ୱିତୀୟ ରାଉଣ୍ଡ ଟେଷ୍ଟ କରାଯିବ। ପ୍ରସ୍ତାବିତ ଇଂଲଣ୍ଡ ଗସ୍ତ ପାଇଁ ଦକ୍ଷିଣ ଆଫ୍ରିକା ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତାବର୍ଷ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ ଆୟୋଜନ ହେବାକୁ ଯାଉଥିବାରୁ ପ୍ରସ୍ତୁତି ନିମନ୍ତେ ଦକ୍ଷିଣ ଆଫ୍ରିକା ଇଂଲଣ୍ଡରେ ସେପ୍ଟେମ୍ବରରେ କେତୋଟି ସୀମିତ ଓଭର ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri