ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ୩ ମହାନଗର ଆସନ ସଂରକ୍ଷଣ ଚିଠା

ଭୁବନେଶ୍ୱର,୭।୧(ବ୍ୟୁରୋ)- ପୌର ନିର୍ବାଚନ ପାଇଁ ଓ୍ବାର୍ଡ ପୁନର୍ଗଗଠନ ଓ ଆସନ ସଂରକ୍ଷଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମର ୬୭, କଟକର ୫୯ ଏବଂ ବ୍ରହ୍ମପୁର ମହନଗର ନିଗମର ୪୨ଟି ଓ୍ବାର୍ଡର ସୀମା ନିର୍ଦ୍ଧାରଣ ଓ ୫୦ % ଆସନ ସଂରକ୍ଷଣ ଚିଠା ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆସନ୍ତା ୧୦ ଦିନ ମଧ୍ୟରେ ଏ ନେଇ ଆପତ୍ତି ଅଭିଯୋଗର ଶୁଣାଣି କରାଯିବ। ଆସନ୍ତା ୧୬ ତାରିଖରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ କରାଯିବ।

ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ଭୁବନେଶ୍ୱର ମହାନଗର ନିଗମର ୩୮ଟି, କଟକର ୩୩ ଏବଂ ବ୍ରହ୍ମପୁର ମହାନଗର ନିଗମର ୨୩ ଆସନ ଅନୁସୂଚୀତ ଜାତି, ଅନୁସୂଚୀଜ ଜନଜାତି ଓ ମହିଳାମାନଙ୍କ ଲାଗି ସଂରକ୍ଷିତ କରାଯାଇଛି। ସେଥିରୁ ୩୪, ୧୩, ଓ ୨ ନମ୍ବର ଓ୍ବାଡ ଅନୂସୂଚୀତ ଜାତି ମିହଳାଙ୍କ ପାଇଁ ସଂରକ୍ଷଣ କରାଯାଇଥିବା ବେଳେ ୩୬, ୧୮ ଏବଂ ୨୧ ନମ୍ବର ଅନୁସୂଚୀତ ଜାତିଙ୍କ ପାଇଁ ସଂରକ୍ଷଣ କରାଯାଇଛି। ସେହିପରି ୨୨ ଓ ୨୬ ଅନୁସୂଚୀତ ଜନଜାତି ମହିଳା, ୮ ନମ୍ବର ଅନୁସୂଚୀତ ଜନଜାତି, ୪୧, ୩୫, ୪୦, ୧୭, ୪୭, ୩୮, ୬୩, ୫୮, ୩୭, ୧୧, ୬୨, ୧୫, ୪୮, ୫୩, ୯, ୩୯, ୧୫, ୩, ୪୬, ୬୭, ୨୮, ୧୯, ୪୯, ୫, ୨୩, ୧୨, ୩୩, ୬୬ ଏବଂ ୬୪ ନମ୍ବର ଓ୍ବାର୍ଡ ମହିଳାଙ୍କ ଲାଗି ସଂକ୍ଷିତ କରାଯାଇଛି।

ସେହିପରି କଟକ ମହାନଗର ନିଗମର ୪୮, ୪୦, ୨୦ ଓ ୩୭ ନମ୍ବର ଓ୍ବାର୍ଡ ଅନୁସୂଚୀତ ଜାତି ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଥିବା ବେଳେ ୬, ୧୬ ଓ ୩୦ ନମ୍ବର ଅନୁସୂଚୀତ ଜାତି, ୪୯ ନମ୍ବର ଅନୁସୂଚୀତ ଜନଜାତି ମହିଳା, ୩୪, ୪୧, ୧୮, ୧୫, ୧୨, ୨୮, ୧୯, ୪୨, ୩୩, ୫୫, ୧୧, ୨୫୬, ୫୭, ୪, ୨୪, ୩୬, ୫୯, ୧୦, ୬, ୫୨, ୫, ୩୧, ୯ ଏବଂ ୧୭ ନମ୍ବର ଓ୍ବାର୍ଡ ମହିଳାଙ୍କ ପାଇଁ ସଂରକ୍ଷିତ କରାଯାଇଛି।

ବ୍ରହ୍ମପୁର ମହାନଗର ନିଗମର ୪୨ଟି ଓ୍ବ୍‌ାର୍ଡରୁ ୨୩ଟି ଓ୍ବାର୍ଡକୁ ସଂରକ୍ଷିତ ରଖାଯାଇଛି। ସେଥିରୁ ୧୯, ୨୩ ନମ୍ବର ଓ୍ବାଡ ଅନୁସୂଚୀତ ଜାତି ମହିଳାଙ୍କ ପାଇଁ ସଂରକ୍ଷିତ କରାଯାଇଥିବା ୯, ୨୫ ଅନୁସୂଚୀତ ଜାତି, ୧ ଅନୁସୂଚୀତ ଜନଜାତି ମହିଳାଙ୍କ ଲାଗି ସଂରକ୍ଷଣ କରାଯାଇଛି। ସେହିପରି ୫, ୩୦, ୬, ୧୦, ୧୫, ୪, ୩୧, ୧୬, ୩୯, ୩, ୨୦, ୧୪, ୧୩, ୩୩, ୨୮, ୩୭, ୩୬ ଏବଂ ୩୮ ନମ୍ବର ଓ୍ବାର୍ଡ ମହିଳାଙ୍କ ଲାଗି ସଂରକ୍ଷିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?