Posted inରାଜ୍ୟ

୩ ମାସ ପରେ ହତ୍ୟା ଅଭିଯୋଗ ଆଣିଲେ ପ୍ରେମିକା

ଖୁଣ୍ଟୁଣୀ,୨୦ା୧୨(ଡି.ଏନ୍‌.ଏ.): ଗୁରୁଡ଼ିଝାଟିଆ ଥାନା ଅଞ୍ଚଳରୁ ସେପ୍ଟେମ୍ବର ୩ରେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଥିଲା। ତେବେ ଘଟଣାର ୩ ମାସ ପରେ ମୃତ ଯୁବକଙ୍କ ପ୍ରେମିକା ତାଙ୍କୁ ହତ୍ୟା କରାଯାଇଥିବା ନେଇ ଶନିବାର ଅଭିଯୋଗ କରିଛନ୍ତି। ଏ ନେଇ ପୋଲିସ ଦଫା ୩୦୨ରେ ହତ୍ୟା ମାମଲା (ନଂ.୧୪୯/୨୦) ରୁଜୁ କରି ତଦନ୍ତ ଚଳାଇଥିବା ତଦନ୍ତକାରୀ ଅଧିକାରୀ ଗୟାଧର ବେହେରା କହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ସତ୍ୟବାଦୀ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ଉକ୍ତ ଯୁବକଙ୍କ ପ୍ରେମ ସମ୍ପର୍କ ରହିଥିଲା। ପରେ ପରସ୍ପର ମଧ୍ୟରେ ବିବାହ କରିବାକୁ ନିଷ୍ପତ୍ତି ନେଇ ସେପ୍ଟେମ୍ବର ୬ରେ ବିବାହ ପାଇଁ ଦିନ ଠିକ କରିଥିଲେ। ହେଲେ ଯୁବକଙ୍କ ପରିବାର ଲୋକେ ଏହି ବିବାହରେ ରାଜି ହୋଇ ନ ଥିଲେ। କିନ୍ତୁ ଯୁବକ ଜଣକ ବିବାହ ପାଇଁ ଜିଦ ଧରି ଘରକୁ ଟିଭି, ଫ୍ରିଜ ଓ ସମସ୍ତ ବିବାହ ସରଞ୍ଜାମ କିଣି ଆଣିଥିଲେ। ତେବେ ୩ ତାରିଖ ସକାଳେ ଯୁବକଙ୍କ ମୃତଦେହ ତାଙ୍କ ଶୋଇବା ଘରେ ଝୁଲୁଥିବା ପରିବାର ଲୋକେ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆଠଗଡ଼ ଡାକ୍ତରଖାନା ପଠାଇବା ସହ ଥାନା ପକ୍ଷରୁ ନଂ.୩/୨୦ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିଲା। ତେବେ ବ୍ୟବଚ୍ଛେଦ ରିପୋର୍ଟରେ ଯୁବକଙ୍କ ଆତ୍ମହତ୍ୟା କରିଥିବା ଉଲ୍ଲେଖ ଥିବାରୁ ପୋଲିସ ତଦନ୍ତରେ ଶିଥିଳତା ପ୍ରକାଶ କରିଥିଲେ। ଏବେ ଯୁବତୀଙ୍କ ଏତଲା ପାଇବା ପରେ ଘଟଣାର ନୂଆ ମୋଡ଼ ନେଇଛି। ପୋଲିସ ପୁଣିଥରେ ତଦନ୍ତ ଆରମ୍ଭ କରିବାକୁ ବାଧ୍ୟ ହୋଇଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?