‘ରିମ୍‌ଝିମ୍‌’କୁ ତିନିମାସ ମହଲତ

ଢେଙ୍କାନାଳ ଅଫିସ୍‌, ୨୨।୬ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁରଣ୍ଟିସ୍ଥିତ ରିମ୍‌ଝିମ୍‌ ଇସ୍ପାତ କାରଖାନାରେ ପୁନଃନିଯୁକ୍ତି ଦାବିରେ ଚାଲିଥିବା କ୍ଷତିଗ୍ରସ୍ତ ପ୍ରଜାଙ୍କ ଆନ୍ଦୋଳନ ମଙ୍ଗଳବାର ପ୍ରତ୍ୟାହୃତ ହୋଇଛି। ୩ମାସ ମଧ୍ୟରେ ଦକ୍ଷତା ଭିତ୍ତିରେ ୧୫୦ କ୍ଷତିଗ୍ରସ୍ତ ପ୍ରଜାଙ୍କୁ ନିଯୁକ୍ତି, ଅବସର ସମୟରେ ଉପନୀତ ୨୫ କର୍ମଚାରୀଙ୍କୁ ଥଇଥାନ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ସ୍ଥଗିତ ରହିଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ଦାବି ପୂରଣ ନ ହେଲେ ପୁନର୍ବାର ଗଣଅନଶନ ଆରମ୍ଭ ହେବ ବୋଲି ଚେତାବନୀ ଦେଇଛନ୍ତି କ୍ଷତିଗ୍ରସ୍ତ ପ୍ରଜା।
ପୂର୍ବ ନିର୍ଦ୍ଧାରିତ ଅନୁଯାୟୀ ଜିଲା କାର୍ଯ୍ୟାଳୟ ସଦଭାବନା ଗୃହରେ ପ୍ରଶାସନ, କମ୍ପାନୀ କର୍ତ୍ତୃପକ୍ଷ, କ୍ଷତିଗ୍ରସ୍ତପ୍ରଜାଙ୍କୁ ନେଇ ତ୍ରିପାକ୍ଷିକ ବୈଠକ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ବିଧାୟକ ସୁଧୀର କୁମାର ସାମଲ ଯୋଗଦେଇ କହିଲେ, କ୍ଷତିଗ୍ରସ୍ତ ପ୍ରଜାଙ୍କ ଜମିରେ ବିଆର୍‌ଜି କମ୍ପାନୀ ଗଢ଼ି ଉଠିଥିଲା। ଏହାକୁ ରିମ୍‌ଝିମ୍‌ କମ୍ପାନୀ କିଣିନେବା ପରେ ଯୋଗ୍ୟତା ଏବଂ ଦକ୍ଷତା ଭିତ୍ତିରେ ସମ୍ପୃକ୍ତ କ୍ଷତିଗ୍ରସ୍ତ ପ୍ରଜାଙ୍କୁ ଥଇଥାନ କରାଯିବା ଜରୁରୀ। ଆପୋସ ଆଲୋଚନା ଏବଂ ସରକାରୀ ନିୟମ ଆଧାରରେ ଏହାର ସମାଧାନ ହେଉ। ୧୭୫ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କ ମଧ୍ୟରୁ ଅବସର ଗ୍ରହଣ ସମୟ ହୋଇଯାଇଥିବା ୨୫ଜଣଙ୍କୁ ନିୟମ ଅନୁଯାୟୀ ଥଇଥାନ କରିବା, ଅବଶିଷ୍ଟ ୧୫୦ଜଣଙ୍କୁ ପାତରଅନ୍ତର ନ କରି ନିଯୁକ୍ତି ପ୍ରଦାନ କରିବା ପାଇଁ ବିଧାୟକ ପରାମର୍ଶ ଦେଇଛନ୍ତି। ଜିଲାପାଳ ସେଠୀ କହିଲେ, ଢେଙ୍କାନାଳ ଉପଜିଲାପାଳଙ୍କ ନେତୃତ୍ୱରେ ଏକ କୋର୍‌ କମିଟି ଗଠନ କରାଯିବ। ଏହି କମିଟିରେ କମ୍ପାନୀ କର୍ତ୍ତୃପକ୍ଷ, ଆଞ୍ଚଳିକ କ୍ଷତିଗ୍ରସ୍ତ ପ୍ରଜାସଂଘ କର୍ମକର୍ତ୍ତା, ସେମାନଙ୍କ ପ୍ରତିନିଧି ରହିବେ। ଆଲୋଚନା ମାଧ୍ୟମରେ ଏହାର ସମାଧାନ ପାଇଁ ଉଦ୍ୟମ କରାଯିବ। କ୍ଷତିଗ୍ରସ୍ତ ପ୍ରଜାସଂଘ ସଭାପତି ଗଙ୍ଗାଧର ସାମଲ କହିଲେ, କ୍ଷତିଗ୍ରସ୍ତ ପ୍ରଜାଙ୍କୁ ଥଇଥାନ କରିବା କ୍ଷେତ୍ରରେ ରହିଥିବା ନିୟମକୁ କମ୍ପାନୀ ଉଲ୍ଲଂଘନ କରୁଛି। ଆସନ୍ତା ୩ମାସ ମଧ୍ୟରେ ଏହାର ସମାଧାନ ନ ହେଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି ସେ ଚେତାବନୀ ଦେଇଛନ୍ତି।
କ୍ଷତିଗ୍ରସ୍ତ ପ୍ରଜାଙ୍କ ପକ୍ଷରୁ ରାଜୀବ ଗୋପାଳ ସ୍ବାଇଁ, ଚିତ୍ତରଞ୍ଜନ ନାଥ ଆଲୋଚନାରେ ଭାଗନେଇ କହିଲେ, ବିଆର୍‌ଜି କମ୍ପାନୀରେ କାର୍ଯ୍ୟରତ ଜମିହରା ପ୍ରଜାଙ୍କୁ ହଟାଇ ରିମ୍‌ଝିମ୍‌ କମ୍ପାନୀ ବାହାର ରାଜ୍ୟର ଲୋକଙ୍କୁ ନିଯୁକ୍ତି ଦେଉଛି। ଫଳରେ କମ୍ପାନୀ ପାଇଁ ଭିଟାମାଟି ହରାଇଥିବା କ୍ଷତିଗ୍ରସ୍ତଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇପଡ଼ିଛି। ଏ ନେଇ ଜିଲା ପ୍ରଶାସନ ଏବଂ କାରଖାନା କର୍ତ୍ତୃପକ୍ଷଙ୍କୁ ଅବଗତ କରାଯିବା ସତ୍ତ୍ୱେ ସୁଫଳ ମିଳିଲା ନାହିଁ। ତେଣୁ କମ୍ପାନୀ ଫାଟକ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା। ଜିଲା ଶ୍ରମ ଅଧିକାରୀ ସତ୍ୟନାରାୟଣ ଆଚାର୍ଯ୍ୟ କହିଲେ, ରିମ୍‌ଝିମ୍‌ କମ୍ପାନୀକୁ କାର୍ଯ୍ୟରତ କର୍ମଚାରୀ ଏବଂ ଶ୍ରମିକଙ୍କ ତାଲିକା ମଗାଯାଇଥିଲା। ତେବେ କର୍ତ୍ତୃପକ୍ଷ ବହୁ ବିଳମ୍ବରେ ମଙ୍ଗଳବାର ସକାଳେ ତାଲିକା ଦେଇଛନ୍ତି। ଜିଲା ନିୟୋଜନ ଅଧିକାରୀ ଆଶିଷ କୁମାର ବସନ୍ତିଆ ମଧ୍ୟ ଅନୁରୂପ ଅଭିଯୋଗ ଆଣିଥିଲେ। କମ୍ପାନୀରେ ସ୍ଥାନୀୟ ଅଞ୍ଚଳର କେତେଜଣଙ୍କୁ ନିଯୁକ୍ତି ଦିଆଯାଇଛି, ସେ ସମ୍ପର୍କରେ କର୍ତ୍ତୃପକ୍ଷ ସୂଚନା ଦେଉ ନ ଥିବା ନେଇ ସେ ବୈଠକରେ ଦୃଷ୍ଟି ଆକର୍ଷଣ କରିଥିଲେ।
ବୈଠକରେ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି., ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, କମ୍ପାନୀ ନିର୍ବାହୀ ନିର୍ଦ୍ଦେଶକ ରୋହିତ ଅଗ୍ରୱାଲ, ନିର୍ଦ୍ଦେଶକ ବିଜୟ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri