ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ ଜଳଭଣ୍ଡାରର ଜଳସ୍ତର ୬୨୩ ଫୁଟ ଟପିଛି । ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟା ଜଳ ନିଷ୍କାସନ ପାଇଁ ସୋମବାର ସକାଳେ ପୁଣି ୩ଟି ସ୍ଲୁଇସ୍ ଗେଟ୍ ଖୋଲାଯାଛି । ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୫ ଓ ଦକ୍ଷିଣ ପାର୍ଶ୍ଵର ୩ଟି ମିଶି ମୋଟ ୮ଟି ସ୍କୁଇସ୍ ଗେଟ ଜରିଆରେ ଅତିରିକ୍ତ ବନ୍ଯାଜଳ ନିଷ୍କାସନ କରାଯାଉଛି ।

ବର୍ତ୍ତମାନ ପୂର୍ବାହ୍ନ ସାଢ଼େ ୯ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୩.୦୨ ଫୁଟ୍‌କୁ ବୃଦ୍ଧି ପାଇଥିବା ବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୫୩ ହଜାର ୪୦୫ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି । ଏହି ସମୟରେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୧ ଲକ୍ଷ ୬୨ ହଜାର ୫୮୦ ଘନଫୁଟ ଜଳ ନିଷ୍କାସିତ ହେଉଛି । ସେଥିମଧ୍ଯରୁ ୮ଟି ସ୍ଲୁଇସ୍ ଗେଟ୍ ଜରିଆରେ ୧ ଲକ୍ଷ ୨୭ ହଜାର ୪୫୩ ଘନଫୁଟ ଏବଂ ବିଭିନ୍ନ କେନାଲ, ବିଦ୍ଯୁତ ଉତ୍ପାଦନ ପାଇଁ ପାୱାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ମୋଟ ୩୫,୨୪୬ ଘନଫୁଟ୍ ଜଳ ନିଷ୍କାସିତ ହେଉଛି।

ଅପରପକ୍ଷରେ ହୀରାକୁଦ ଜଳଭଣ୍ଡାର ନିୟନ୍ତ୍ରଣ କକ୍ଷରୁ ପ୍ରାପ୍ତ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ଯରେ ହୀରାକୁଦଜ ଳଭଣ୍ଡାରରଉ ପରମୁଣ୍ଡରେ ୩୨.୪୧ ମି.ମି ଓ ତଳ ମୁଣ୍ଡରେ ୧୯.୩୩ ମି.ମି. ବର୍ଷା ରେକର୍ଡ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?