ଆଉ ୩ ଶିକ୍ଷକ ନିଲମ୍ବିତ

ଫୁଲବାଣୀ ଅଫିସ, ୧୪।୪: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ଗ୍ରହଣ କେନ୍ଦ୍ରରେ ବେଆଇନ କାର୍ଯ୍ୟ କରିବା ଅଭିଯୋଗରେ ଜିଲାପାଳ ଡା.ବୃନ୍ଦା ଡି ଆଉ ୩ ଜଣ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ତୁମୁଡିବନ୍ଧ ବ୍ଲକର ପ୍ରଧାନଶିକ୍ଷକ କାଳୁଚରଣ ମହାରଣା, ଚକାପାଦ ବ୍ଲକର ସହକାରୀ ଶିକ୍ଷକ ରଂଜିତ ମାଝୀ ଓ ଟିକାବାଲି ଏଏମ୍‌ସିଏସ୍‌ ମହାବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ସୁଶାନ୍ତ ଭୋଳ। ଏହାକୁ ମିଶାଇ ନିଲମ୍ବିତଙ୍କ ସଂଖ୍ୟା ୫ରେ ପହଞ୍ଚତ୍ଛି ା
ନିର୍ବାଚନ ବେଳେ ପ୍ରଧାନ ଶିକ୍ଷକ ମହାରଣା ଫୁଲବାଣୀ ବ୍ଲକ ଦୁଡୁକି ପଞ୍ଚାୟତ ୮ ନଂ ବୁଥ୍‌ରେ ପୋଲିଂ ଅଫିସର ଭାବେ ନିଯୁକ୍ତ ହୋଇଥିଲେ ା ବୁଥ୍‌ରେ ବାଲାଟ ପେପରକୁ ଉଦ୍ଦେଶ୍ୟ ମୂଳକ ଭାବେ ଭୁଲ ଢଙ୍ଗରେ ମୋଡିଥିବା ଅଭିଯୋଗ ହୋଇଥିଲା ା ସହକାରୀ ଶିକ୍ଷକ ମାଝୀଙ୍କୁ ଫିରିଙ୍ଗିଆ ବ୍ଲକ ରତଙ୍ଗ ପଞ୍ଚାୟତର ୧୦ ନଂ ବୁଥ୍‌ରେ ନିର୍ବାଚନ ପରଚାଳନା ଦାୟିତ୍ୱ ଦିଆଯାଇଥିଲା ା ସେ ବିନା କାରଣରେ ବାରମ୍ବାର ଭୋଟ ଦିଆ ଯାଉଥିବା ସ୍ଥାନକୁ ଯାଉଥିବା ନେଇ ତାଙ୍କ ନାମରେ ଅଭିଯୋଗ ହୋଇଥିଲା। ସେହିପରି କ୍ରୀଡା ଶିକ୍ଷକ ଭୋଳ ଫିରିଙ୍ଗିଆ ବ୍ଲକ ପଲାବ୍ରୁଡି ପଞ୍ଚାୟତ ୧ ନଂ ବୁଥରେ ଦାୟିତ୍ୱରେ ଥିଲେ। ସେ ଏକ ନିର୍ଦ୍ଦିଷ୍ଟ ଦଳ ପାଇଁ ଭୋଟର ମାନଙ୍କୁ ପ୍ରଭାବିତ କରୁଥିବା ନେଇ ଅଭିଯୋଗ ହୋଇଥିଲା। ସମସ୍ତ ଅଭିଯୋଗର ତଦନ୍ତ ପରେ ସମ୍ପୃକ୍ତ ଅଧିକାରୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିଶ କରାଯାଇଥିଲା। ଜିଲାପାଳ ତଦନ୍ତ ରିପୋର୍ଟକୁ ଆଧାର କରି ଏହି ତିନି କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ସୁଚନାଯୋଗ୍ୟ, ଫୁଲବାଣୀ ବ୍ଲକ ମିଣିଆ ପଞ୍ଚାୟତର ବିଘାପଦର ୧୨ ନଂ ବୁଥ ଓ ମାସାପଦର ୧୩ ନଂ ବୁଥରେ ସରପଞ୍ଚ ପ୍ରାର୍ଥୀଙ୍କ ବାଲାଟ ପେପରକୁ ଉଦ୍ଦେଶ୍ୟ ମୂଳକ ଭାବେ ଭୁଲ ଢଙ୍ଗରେ ମୋଡିବା ଅଭିଯୋଗରେ ରାଇକିଆ ବ୍ଲକର ପ୍ରଧାନ ଶିକ୍ଷକ ରବୀନ୍ଦ୍ରନାଥ ପାତ୍ର ଓ କ.ନୂଆଗାଁ ବ୍ଲକର ସହକାରୀ ଶିକ୍ଷକ ନବ କିଶୋର ଓଝାଙ୍କୁ ପୂର୍ବରୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri