ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର ଲେଫ୍ରିପଡ଼ା, ସମ୍ବଲପୁର ଜିଲାର ରେଙ୍ଗାଲିଠାରେ ସ୍ଥାପନ କରାଯାଇଛି। ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପରାମର୍ଶ ଅନୁଯାୟୀ ରାଜ୍ୟ ସରକାର ଏହି କୋର୍ଟଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୩ଟି କୋର୍ଟ ଗଠନ ହେବା ପରେ ଏହିସବୁ ରାଜସ୍ବ ତହସିଲ ଉପରେ କ୍ଷେତ୍ରାଧିକାର(ଜୁରିସ୍‌ଡିକ୍ସନ) ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ ସିଭିଲ ଜଜ୍‌ କୋର୍ଟଗୁଡ଼ିକର ଅଧିକାର ସମାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri