Posted inଜାତୀୟ

୨୦ କି.ମି ମୃତଦେହ କାନ୍ଧରେ ବୋହିବା ଘଟଣା: ଯୋଗୀ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ବାରାଣସୀ,୫।୮: ଉତ୍ତରପ୍ରଦେଶର ପ୍ରୟାଗରାଜ ଜିଲାରେ ପୁଅର ମୃତଦେହକୁ କାନ୍ଧରେ ବୋହିବା ଘଟଣାର ୩ ଦିନ ପରେ ଯୋଗୀ ସରକାର ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବିଦ୍ୟୁତ୍‌ ବିଭାଗର ୩ଜଣ ଅଧିକାରୀଙ୍କୁ ସରକାର ନିଲମ୍ବିତ କରିଥିବା ବେଳେ ମୁଖ୍ୟ ଯନ୍ତ୍ରୀଙ୍କ ସମେତ ଅନ୍ୟ ଦୁଇ ଅଧିକାରୀଙ୍କୁ ଚାର୍ଜସିଟ୍‌ କରିଛନ୍ତି। ଅନ୍ୟପକ୍ଷେ ବିଦ୍ୟୁତ୍‌ ବିଭାଗରେ କାର୍ଯ୍ୟ କରୁଥିବା କୁଶଳୀ ଶ୍ରମିକ ରାମଜିଆନଙ୍କୁ ହଟାଇ ଦେଇଥିବା ଜଣାପଡ଼ିଛି। ସମସ୍ତଙ୍କ ଉପରେ ଦାୟିତ୍ୱହୀନତା ଓ କାର୍ଯ୍ୟରେ ଅବହେଳା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ବିଭାଗର ଅବହେଳା ଯୋଗୁ ପ୍ରଥମ ଥର ପାଇଁ ଜଣେ ମୁଖ୍ୟ ଯନ୍ତ୍ରୀଙ୍କୁ ଚାର୍ଜସିଟ୍‌ ଭୁକ୍ତ କରାଯାଇଛି। ଏହାକୁ ନେଇ ଉକ୍ତ ଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ପ୍ରୟାଗରାଜର କରଛନା ଥାନା ଅଞ୍ଚଳରେ ଥିବା ରାମପୁର ଉପରହାର ଗ୍ରାମରେ ସୋମବାର ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଶ୍ରମିକ ବଜରଙ୍ଗୀ ଯାଦବଙ୍କ ୧୦ ବର୍ଷର ପୁଅ ଶୁଭମଙ୍କର ମୃତ୍ୟୁ ହୋଇଥିଲା। ଖେଳିବା ସମୟରେ ଓହଳିପଡ଼ିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ କରାଇଥିଲେ। ଏହାପରେ ପରିବାରଲୋକଙ୍କୁ ମୃତଦେହ ଗାଁକୁ ନେବାପାଇଁ କୌଣସି ଆମ୍ବୁଲାନ୍ସ କି କୌଣସି ସହାୟତା ମିଳି ନ ଥିଲା। ଫଳରେ ପରିବାରେ ଲୋକେ କାନ୍ଧରେ ମୃତଦେହ ବୋହି ଦୀର୍ଘ ୨୦କିଲୋମିଟର ଚାଲି ଗାଁକୁ ଫେରିଥିଲେ। ପରବର୍ତ୍ତୀ ସମୟରେ ଏହି ଘଟଣାକୁ ନେଇ ଗ୍ରାମବାସୀ ପ୍ରତିବାଦ କରିବା ସହ ଆନ୍ଦୋଳନ କରିଥିଲେ। ଏପରିକି ମାମଲା ଥାନାରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri