Posted inଜାତୀୟ

ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୩।୧୧: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ଭାରତ-ପାକିସ୍ତାନ ଲାଇନ ଅଫ କଣ୍ଟ୍ରୋଲ ନିକଟରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ସେନା ପଣ୍ଡ କରିଛି। ସେଠାରେ ଚାଲିଥିବା ଅପରେଶନରେ ତିନି ଜଣ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସମଗ୍ର ଡିଜିୱର ସେକ୍ଟରରେ ଏବେ ବି ଏକ ସର୍ଚ୍ଚ ଅପରେଶନ ଚାଲିଛି।
ଗୁରୁବାର ପୁଞ୍ଚ ସେକ୍ଟରରେ ସୁରକ୍ଷାକର୍ମୀ କିଛି ଲୋକଙ୍କ ସନ୍ଦେହଜନକ ଗତିବିଧି ଦେଖିଥିଲେ। ସେମାନେ ନିୟନ୍ତ୍ରଣ ରେଖା ଦେଇ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ। ସେମାନଙ୍କୁ ଚେତାବନୀ ଦେଇ ଆତ୍ମସମର୍ପଣ କରିବାକୁ କହିଥିଲେ। କିନ୍ତୁ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଲେ। ପରେ ସୁରକ୍ଷାକର୍ମୀ ମଧ୍ୟ ଏହାର ଉଚିତ୍‌ ଜବାବ ଦେଇଥିଲେ। ଏଥିରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ଙ୍‌ନିକଟରୁ ଦୁଇଟି ଏକେ-୪୭ ରାଇଫଲ, ଗୋଟିଏ ପିସ୍ତଲ ଏବଂ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏହି ଅଞ୍ଚଳରେ ଅପରେସନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri