ଶେଷ ଦିନରେ ୩ଜଣଙ୍କ ନାମାଙ୍କନ ଦାଖଲ

ପିପିଲି,୨।୨(ସ୍ବ.ପ୍ର.): ପିପିଲି ବ୍ଲକ ନୂଆଶାସନ ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନ ଦାଖଲର ଶେଷ ଦିନ ଥିଲା। ତେବେ ଶେଷଦିନରେ ୩ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ସମର୍ଥିତ ପ୍ରାର୍ଥୀ ସୌମ୍ୟକାନ୍ତ ଦାଶ, କଂଗ୍ରେସ ସମର୍ଥିତ ପ୍ରାର୍ଥୀ ପ୍ରଶାନ୍ତ କୁମାର ପ୍ରଧାନ ଓ ସ୍ବାଧୀନ ପ୍ରାର୍ଥୀ ସନ୍ତୋଷ ଆଚାର୍ଯ୍ୟ ନିଜ ନିଜ ଦଳ କର୍ମୀଙ୍କ ସହ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୌମ୍ୟକାନ୍ତ ଦାଶ ପଞ୍ଚାୟତ କାର୍ଯ୍ୟାଳୟଠାରୁ ନିଜ ନେତୃବୃନ୍ଦ ଓ ଶତାଧିକ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରି ନୃସିଂହନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ନାମାଙ୍କନ ପାଇଁ ବାହାରିଥିଲେ। ତାଙ୍କ ସହିତ ପୁରୀ ଜିଲା ଭାଜପା ସଭାପତି ଆଶ୍ରିତ ପଟ୍ଟନାୟକ, ଉପସଭାପତି ଜନ୍ମେଜୟ ଜେନା, ନେତା ଅଜୟ ପ୍ରଧାନ,ପ୍ରଦୀପ ସାହୁ, ପର୍ଶୁରାମ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତଙ୍କ ଉପସ୍ଥିତିରେ ସୌମ୍ୟକାନ୍ତ ନିର୍ବାଚନ ଅଧିକାରିଣୀ ଦାୟିତ୍ୱରେ ଥିବା ପିପିଲି ବିଡିଓ ରଶ୍ମିତା ନାଥଙ୍କୁ ନାମାଙ୍କନ ପତ୍ର ପ୍ରଦାନ କରିଥିଲେ। ସେହିଭଳି ସ୍ବାଧୀନ ପ୍ରାର୍ଥୀ ସନ୍ତୋଷ ମଧ୍ୟ ନିଜ ସମର୍ଥକଙ୍କ ସହ ବାଇକ୍‌ ଶୋଭାଯାତ୍ରାରେ ବାହାରି ବ୍ଲକକୁ ଆସି ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ପ୍ରଶାନ୍ତ ପ୍ରଧାନ ଦଳୀୟ ନେତୃବୃନ୍ଦ ଓ ତାଙ୍କ ସମର୍ଥକଙ୍କ ସହ ପିପିଲି ବ୍ଲକକୁ ଆସି ବିଡିଓଙ୍କୁ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ମଙ୍ଗଳବାର ନାମାଙ୍କନ ଯାଞ୍ଚ କରାଯିବ ଏବଂ ଆସନ୍ତା ୫ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ହୋଇ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ ବୋଲି ବିଡିଓ ରଶ୍ମିତା ନାଥ କହିଛନ୍ତି। ସୂଚନାଯୋଗ୍ୟ, ନୂଆଶାସନ ପଞ୍ଚାୟତରେ ସରପଞ୍ଚ ପଦବୀକୁ ଅସିଦ୍ଧ ଘୋଷଣା କରିବା ସହ ଉପନିର୍ବାଚନ ପାଇଁ କୋର୍ଟ ନିର୍ଦ୍ଦେଶ ଦେବା ପରେ ଫେବୃୟାରୀ ୨୪ରେ ସେଠାରେ ଉପନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri