ଗୋଟିଏ ପରିବାରର ମା’-ଝିଅଙ୍କ ସମେତ ୩ ଜଣଙ୍କୁ ହତ୍ୟା, ବେକରେ ରହିଛି ନଖ ଚିହ୍ନ

ଝାରସୁଗୁଡ଼ା ଅଫିସ,୨୨ା୯: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଗଙ୍ଗାନଗର ଫାଟକପଡ଼ା ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାରର ମା-ଝିଅଙ୍କ ସମେତ ୩ ଜଣଙ୍କୁ ହତ୍ୟା କରାଯାଇଛି। ମୃତକଙ୍କ ମଧ୍ୟରେ ନାରାୟଣ ପୋଦାରଙ୍କ ସ୍ତ୍ରୀ ସୋନି ପୋଦାର(୩୦),ବଡ ଝିଅ ରାଧିକା(୫) ଓ ସାନ ଝିଅ ମୁସ୍କାନ(୩)ବୋଲି ଜଣାପଡ଼ିଛି। ମୃତ ମହିଳା ସୋନିଙ୍କ ଗଳାରେ ନଖ ଚିହ୍ନ ରହିଥିବା ବେଳେ ୨ ଝିଅଙ୍କ ମୁହଁଁରୁ ରକ୍ତ ବାହାରୁଥିବା ଦେଖିବାକୁ ମିଳିଛି। ଖବରପାଇ ଏସ୍‌ପି ବିକାଶ ଚନ୍ଦ୍ର ଦାସ ଓ ଅତିରିକ୍ତ ଏସ୍‌ପି କେଶବ ଚନ୍ଦ୍ର ବେହେରା, ବ୍ରଜରାଜନଗର ଥାନା ଆଇଆଇସି ବୈକୁଣ୍ଠ ବିହାରୀ ସେଠ୍‌ ପ୍ରମୁଖ ପୋଲିସ ଅଧିକାରୀ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ପୋଲିସ ମୃତଦେହ ଜବତ କରି ଝାରସୁଗୁଡ଼ା ବ୍ୟବେଚ୍ଛଦ ପାଇଁ ପଠାଇଛି। ଏନେଇ ବ୍ରଜରାଜନଗର ଥାନା କେସ(୨୬୯/୨୧)ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଏହି ଘଟଣାରେ ପୋଲିସ ସନ୍ଦେହ କରି ମହିଳାଙ୍କ ଦିଅରଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ମହିଳାଙ୍କ ସ୍ବାମୀ ନାରାୟଣ ଫେରାର ଅଛନ୍ତି। ସ୍ବାମୀ ନାରାୟଣଙ୍କ ପ୍ରକୃତ ଘର ଛତିଶଗଡ଼ ଅଞ୍ଚଳ ହୋଇଥିବା ବେଳେ ଦୀର୍ଘ ବର୍ଷ ହେଲାଣି ପରିବାର ସହ ବ୍ରଜରାଜନଗରରେ ଏକ ଭଡ଼ାଘରେ ବସବାସ କରି ଦିନମଜୁରିଆ ହିସାବରେ କାମ କରି ପରିବାର ପ୍ରତିପୋଷଣ କରୁଥିଲେ। ଏଭଳି ସ୍ଥିତିରେ କିଏ ଓ କାହିଁକି ମହିଳାଙ୍କ ସମେତ ୨ଝିଅଙ୍କୁ ହତ୍ୟା କଲା ଏହା ଏବେ ଅସ୍ପଷ୍ଟ ରହିଛି। ଏନେଇ ଏସ୍‌ପି ଦାସ କହିଛନ୍ତି, ତଦନ୍ତ ଆରମ୍ଭ ହୋଇଛି ବହୁଶୀଘ୍ର ଏହାର ପର୍ଦ୍ଦାଫାଶ କରାଯିବ ବୋଲି କହଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?