ଦୁଇ ବାଇକ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ…

ତୁମୁଡିବନ୍ଧ,୬।୧୧(ଦୀପକ କୁମାର ପରାସେଠ): ଦୁଇ ବାଇକ ମୁହାଁମୁହିଁରେ ତିନି ଆହତ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳରେ ଏହି ଘଟଣା ଦେଖିବାକୁ ମିଳିଛି। ସେମାନେ ହେଲେ ବିଲା ମାଳ ପଞ୍ଚାୟତର ବିକା ପାଙ୍ଗ ଗ୍ରାମର ରଞ୍ଜିତ ମାଝି, ବେଲଘର ପଞ୍ଚାୟତର ରାଙ୍ଗପାରୁ ଗ୍ରାମର ଜିତୁ ମାଝି ଏବଂ ଅମିତ ମାଝି । ତେବେ ରଞ୍ଜିତ ମାଝି ଗୁରୁତର ଥିବା ଜଣାପଡିଛି। ଘଟଣାଟି ଘଟିଛି ତୁମୁଡିବନ୍ଧଠାରୁ ବେଲଘରକୁ ସଂଯୋଗ କରୁଥିବା ରାସ୍ତାର ପୂଜା ଘାଟିର ବୁଲନ୍ତିଆଠାରେ।

ମିଳିଥିବା ସୂଚନା ଅନୁସାରେ ରଞ୍ଜିତ ମାଝି ନିଜ OD12B-3123ନମ୍ବର ହୋଣ୍ଡା ସାଇନମୋଟର ସାଇକେଲରେ କୌଣସି କାମରେ ବିଲାମାଳରୁ ତୁମୁଡିବନ୍ଧକୁ ଆସୁଥିବା ବେଳେ ବିପରୀତ ପଟୁ ଜିତୁ ଓ ଅମିତ ଏକ ନମ୍ବର ବିହୀନ ମୋଟର ସାଇକେଲରେ ତୁମୁଡିବନ୍ଧରୁ ନିଜ ଗାଁକୁ ଫେରୁଥିଲେ। ସେହି ସମୟରେ ପୂଜା ଘାଟିର ବୁଲାନ୍ତିଆରେ ଉଭୟଙ୍କ ବାଇକ ମୁହାଁମୁହିଁ ହୋଇ ଦୁର୍ଘଟଣାଗ୍ରାସ୍ତ ହେବା ପରେ ଉଭୟେ ସେହି ସ୍ଥାନରେ ପଡ଼ିଥିଲେ। ସେହି ରାସ୍ତା ଦେଇ ଯାଉଥିବା ଯାତ୍ରୀମାନେ ଦେଖି ବେଲଘର ପୋଲିସ ଓ ଆମ୍ବୁଲାନ୍ସକୁ ସୂଚନା ଦେଇଥିଲେ। ଆହତଙ୍କୁ ସଙ୍ଗେ ସଙ୍ଗେ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯିବା ସହିତ ବେଲଘର ପୋଲିସ ମଧ୍ୟ ଦୁର୍ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଜ୍ୟୋତି ରଞ୍ଜନ କର ମଧ୍ୟ ସୂଚନାପାଇ ତାଙ୍କ ଟିମ ପୂରା ପ୍ରାଥମିକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ପ୍ରସ୍ତୁତ ରହିଥିଲେ। ଆହତମାନଙ୍କୁ ଅଣାଯିବାରୁ ମାତ୍ରେ ଆବଶ୍ୟକ ଚିକିତ୍ସା ଯୋଗାଇ ଦିଆଯାଇ ୨ ଜଣ ଗୁରୁତର ଥିବାରୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତେବେ ଏପରି ଘଟଣା ବାରମ୍ବାର ହେଉଥିବା ନେଇ ଯାତ୍ରୀମାନେ ଉଦ୍‌ବେଗ ପ୍ରକାଶ କରିବା ସହିତ ରାସ୍ତାର ଉଭୟ ପାଶର୍‌ବରେ ଜଙ୍ଗଲ ହୋଇଥିବାରୁ ଏପରି ଦୁର୍ଘଟଣା ଘଟୁଛି। ତୁରନ୍ତ ରାସ୍ତାର ଉଭୟପାଶର୍‌ବରେ ଜଙ୍ଗଲ ସଫା କରିବା ପାଇଁ ସାଧାରଣରେ ଦାବି ହେଉଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri