ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ

ପାଟଣା,୩।୫ (ସ୍ବ. ପ୍ର.): ୨୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଡିଆନାଳି ବିଦ୍ୟୁତ୍‌ ଷ୍ଟ୍ରକଚର ନିକଟରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟଜଣେ ଗୁରୁତର ହୋଇ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି।

ମୃତକ ହେଲେ ଘଟଗାଁ ଥାନା ଆମ୍ବୁଆପଡ଼ା ଗ୍ରାମର ତ୍ରିଲୋଚନ ମହାନ୍ତ, ପାଟଣା ଥାନା ସୋରାସକେଲା ଗ୍ରାମର ରମାକାନ୍ତ ନାଏକ ଏବଂ ରୁଢ଼ିଆପଡା ଗ୍ରାମର ସୁନିଲ ଦାସ। ଗୁରୁତର ଜଣକ ହେଉଛନ୍ତି ମୂଷାଖରୀ ପଞ୍ଚାୟତ ପଡ଼ିଆପଶି ଗ୍ରାମର କମଳାକାନ୍ତ ମହାନ୍ତ।

ମିଳିଥିବା ସୂଚନା ମୁତାବକ, ସୋମବାର ବିଳମ୍ବିତ ରାତିରେ ସୁନିଲ ଏବଂ ରମାକାନ୍ତ ଏକ ବାଇକ୍‌ରେ ପାଟଣା ଆସୁଥିଲେ। ସେତିକିବେଳେ ବିପରିତ ଦିଗରୁ ତ୍ରିଲୋଚନ ଓ କମଳାକାନ୍ତ ଅନ୍ୟ ଏକ ବାଇକ୍‌ରେ ଆସୁଥିବା ବେଳେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ପାଟଣା ଗୋଷ୍ଠୀ ସ୍ବସ୍ଥ୍ୟକେନ୍ଦ୍ରରେ ଭର୍ତ୍ତୀ କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri