ରକ୍ତମୁଖା ଭାଲୁ, ଗୋଡ଼ାଇ ଗୋଡ଼ାଇ ୩ ଜଣଙ୍କୁ କଲାଣି ଗୁରୁତର

ପାଟଣା,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ବିଟ୍‌ ଅଞ୍ଚଳରେ ବୁଧବାର ସକାଳୁ ରକ୍ତମୁଖା ହୋଇପଡ଼ିଛି ଏକ ଭାଲୁ। ଲୋକଙ୍କୁ ଗୋଡ଼େଇ ଗୋଡ଼େଇ କାମୁଡୁଛି।  ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରୁ ୨ ଜଣ ପ୍ରଥମେ ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ହୋଇଛନ୍ତି।  ଗୁରୁତର ବ୍ୟକ୍ତି ହେଉଛନ୍ତି ବାଉଁଶନାଳି ଗ୍ରାମର ନୀଳକଣ୍ଠ ମହାନ୍ତ(୫୦), କମାରମରା ଗ୍ରାମର ଶେଖର ମହାନ୍ତ(୪୭) ଓ କାଳିଆଦୁମା ଗ୍ରାମର ମାଜୁରା ସିଦ୍ଧୁ(୮୦)। ଭାଲୁକୁ ଲୋକେ ଗୋଡ଼େଇବାରୁ ସେ ହିଂସ୍ର ହୋଇ ପ୍ରଥମେ ଘର ନିକଟରେ ଥିବା ନୀଳକଣ୍ଠଙ୍କୁ ଆକ୍ରମଣ କରିବା ପରେ କମାରମରା ଗାଁରେ କାଜୁବଗିଚାରେ ଥିବା ଶେଖରଙ୍କୁ ଆକ୍ରମଣ କରିଥିଲା। ପରେ ଭାଲୁଟି କାଳିଆଦୁମା ଗାଁ ପଡ଼ିଆରେ ଛେଳି ଚରାଉଥିବା ବୃଦ୍ଧ ମାଜୁରା ସିଦ୍ଧୁଙ୍କୁ ଆକ୍ରମଣ କରିଥିଲା। ଭାଲୁ ଆକ୍ରମଣରେ ମୁହଁ ,ହାତ, ଗୋଡ଼ ରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଏବେ ଗାଁ ନିକଟରେ ଭାଲୁ ବୁଲୁଥିବାରୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଭାଲୁଟି ଏବେ କମାରମରା ଗାଁ ଜଙ୍ଗଲରେ ରହିଥିବା ରେଞ୍ଜର ଟିକେଶ୍ୱର ମହାନ୍ତ କହିଛି। ଖବର ପାଇ ଘଟଣାସ୍ଥଳରେ ବନବିଭାଗ ପକ୍ଷରୁ ବନପାଳ ମୋହିନୀ ମହାନ୍ତଙ୍କ ନେତୃତ୍ୱରେ ପାରା ଷ୍ଟାଫ୍‌ ଓ ଗାର୍ଡ ପହଞ୍ଚି ଡାକବାଜି ଯନ୍ତ୍ରରେ ଭାଲୁକୁ ନ ଗୋଡ଼ାଇବା ପାଇଁ ନିବେଦନ କରାଯାଉଛି। ଭାଲୁକୁ ଘଉଡ଼ାଇବା ପାଇଁ ବନ ବିଭାଗ ଉଦ୍ୟମ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri