Posted inଖେଳ

ସିଏସ୍‌କେରେ ହରଭଜନଙ୍କ ସ୍ଥାନ ନେଇପାରନ୍ତି ଏହି ୩ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୫।୯: ବ୍ୟକ୍ତିଗତ କାରଣକୁ ନେଇ ଆଇପିଏଲ୍‌-୨୦୨୦ରୁ ସୁରେଶ ରାଇନା ବାହାର ହେବା ପରେ ଏବେ ହରଭଜନ ସିଂହ ମଧ୍ୟ ଅନୁରୂପ ଭାବେ ଖେଳିବେ ନାହିଁ ବୋଲି ସୂଚନା ମିଳିଛି। ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ)ର ପ୍ରମୁଖ ସ୍ପିନର ମଧ୍ୟରେ ହରଭଜନଙ୍କୁ ଗଣାଯାଏ। ଏପରିସ୍ଥଳେ ସେ ଦଳରେ ସାମିଲ ନ ହେବା ଚିନ୍ତାର କାରଣ ପାଲଟିଛି।
ଶୁକ୍ରବାର ହରଭଜନ ୟୁଏଇ ଗସ୍ତ କରିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। ଏହାପରେ ଦଳ ତାଙ୍କ ବିକଳ୍ପ ଖୋଜିବାରେ ଲାଗିପଡ଼ିଛି। ଏବେ ତିନିଜଣ ଖେଳାଳି ତାଙ୍କ ସ୍ଥାନ ନେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ସେମାନେ ହେଲେ ମନୋଜ ତିଓ୍ବାରୀ, ହର୍ଷ ତ୍ୟାଗି, ଜଲଜ ସକ୍ସେନା।

ମନୋଜଙ୍କ ଅଲରାଉଣ୍ଡର ଶୈଳୀ ଦଳକୁ ଫାଇଦା ଦେଇପାରେ ବୋଲି କୁହାଯାଉଛି। ସେ ଧୋନୀଙ୍କ ଅଧିନାୟକତ୍ୱରେ ଖେଳି ସାରିଛନ୍ତି। ୯୮ ଆଇପିଏଲ୍‌ରେ ସେ ସାମିଲ ହୋଇଥିବା ବେଳେ ୨୦୧୯-୨୦ରେ ତାଙ୍କର ନିଲାମୀ ହୋଇ ନ ଥିଲା। ସେହିଭଳି ହର୍ଷ ୟୁଏଇ ଯାଇଛନ୍ତି। ସେ ୨୦୧୮ରେ ଅଣ୍ଡର-୧୯ ଏସିଆ କପ୍‌ ଫାଇନାଲରେ ୬ ଓ୍ବିକେଟ୍‌ ନେଇ ସମସ୍ତଙ୍କୁ ଚମକାଇଥିଲେ। ଅନ୍ୟପକ୍ଷେ ଜଳଜ ଅନୁଭବୀ ଖେଳାଳି। ସେ ପାଞ୍ଚ ବର୍ଷ ଧରି ସର୍ବଶ୍ରେଷ୍ଠ ଫର୍ମରେ ଅଛନ୍ତି। ସେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର, ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସରେ ସାମିଲ ହୋଇଛନ୍ତି। ତେବେ ଏହି ୩ଜଣଙ୍କ ମଧ୍ୟରୁ କାହାକୁ ଦଳ ଚୟନ କରୁଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri